ବରଗଡ଼ରୁ ପୁଣି ୬୧ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୬୩୦ରେ

ବରଗଡ଼ ଅଫିସ,୩୧।୧୦: ବରଗଡ ଜିଲାରେ ଶନିବାର ପୁଣି ୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୦ ମହିଳା ଏବଂ ୩୧ ପୁରୁଷ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୩୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କରର ମୃତ୍ୟୁ ହୋଇଥିବା ବେଳେ ୮୨୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟମାନେ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସାଧୀନ ଅଛନ୍ତି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।