Posted inଖେଳ

୬୧ ଖେଳାଳି ୧୯୬ କୋଟି ଟଙ୍କାରେ ହେବେ ବିକ୍ରି: ଜାଣନ୍ତୁ କେଉଁ ଦଳ ପାଖରେ ଅଛି କେତେ ଟଙ୍କା

ଚେନ୍ନାଇ,୧୮।୧: ଆଇପିଏଲର ୧୪ତମ ସଂସ୍କରଣ ପାଇଁ ଆଜି ଦିନ ୩ଟାରୁ ଚେନ୍ନାଇର ଗୋଟିଏ ହୋଟେଲରେ ଖେଳାଳି ନିଲାମ ପ୍ରକ୍ରିୟା ହେବ। ନିଲାମର ଚୂଡାନ୍ତ ତାଲିକାରେ ସମେତ ମୋଟ ୨୯୨ ଜଣ ଖେଳାଳି ସାମିଲ ହେବେ। ଏମାନଙ୍କ ମଧ୍ୟରୁ ୮ଟି ଯାକ ଦଳ ସର୍ବାଧିକ ୬୧ ଜଣଙ୍କୁ କିଣିପାରିବେ। ନିଲାମ ପ୍ରକ୍ରିୟାରେ ଷ୍ଟିଭ ସ୍ମିଥ, ଗ୍ଲେନ ମ୍ୟାକ୍ସୱେଲ, ଆରୋନ ଫିଞ୍ଚ, ଡାଭିଡ ମଲନା, ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ, ହରଭଜନ ସିଂହ ଓ କେଦାର ଯାଦବଙ୍କ ଭଳି ଖେଳାଳିଙ୍କ ଉପରେ ନଜର ରହିବ। କିଙ୍ଗସ ଏକାଦଶ ପଞ୍ଜାବ ପାଖରେ ସର୍ବାଧିକ ୫୩.୨୦ କୋଟି ଟଙ୍କା ଥିବା ବେଳେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଖରେ ୩୫.୯୦ କୋଟି, ରାଜସ୍ଥାନ ରୟାଲ୍ସ ପାଖରେ ୩୪.୮୫ କୋଟି, କୋଲକାତା ନାଇଟ ରାଇଡର୍ସ ପାଖରେ ୧୦.୭୫ କୋଟି ଓ ସନରାଇଜର୍ସ ହାଇଦ୍ରାବାଦ ପାଖରେ ୧୦.୭୫ କୋଟି ଟଙ୍କା ରହିଛି। ସେହିପରି ଚେନ୍ନାଇ ସୁପର କିଙ୍ଗସ ପାଖରେ ୨୨.୯ କୋଟି, ମୁମ୍ବାଇ ଇଣ୍ଡିଆନ୍ସ ପାଖରେ ୧୫.୩୫ କୋଟି ଓ ଦିଲ୍ଲୀ କ୍ୟାପିଟାଲ୍ସ ପାଖରେ ସବୁଠାରୁ କମ ମାତ୍ର ୧୩.୪ କୋଟି ଟଙ୍କା ରହିଛି। ଏହି ଅର୍ଥରେ ସେମାନେ ନିଲାମ ପ୍ରକ୍ରିୟା ବେଳେ ଖେଳାଳି କିଣିପାରିବେ। ବାଓବବଲ୍ସ ମଧ୍ୟରେ ଫ୍ରାଞ୍ଚାଇଜ ମାଲିକମାନେ ଏକାଠି ହୋଇ ଆଇପିଏଲର ପରବର୍ତ୍ତୀ ସଂସ୍କରଣ ପାଇଁ ନିଜ ଟିମ ପାଇଁ ଖେଳାଳି କିଣିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?