ରାଜ୍ୟରେ ପୁଣି ବଢ଼ିଲାଣି କରୋନା: ଆଜି ୬୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୬୧ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୧୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭ ଏବଂ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ପୁରୀ, ରାୟଗଡ଼ାରୁ ଜଣେ ଲେଖାଏ ଆକାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୮।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୧୨୯ରେ ପହଞ୍ଚିଥିବା ବେଳେ ୧୨,୭୯,୫୫୯ ଜଣ ସୁସ୍ଥ ହୋଇଛନ୍ତି। ୩୯୧ ଜଣ ଚିକିିତ୍ସିତ ହେଉଛନ୍ତି।