୩ୟ ତ୍ରୈମାସରେ ୬୧୦ କୋଟିର ବିକ୍ରି ରେକର୍ଡ

ନୂଆଦିଲ୍ଲୀ,୬।୨: ୱେଷ୍ଟଲାଇଫ୍‌ ଫୁଡ୍‌ୱାଲର୍‌ଡ ଲିମିଟେଡ୍‌ ପକ୍ଷରୁ ୨୦୨୦-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉକ୍ତ ତ୍ରୈମାସରେ କମ୍ପାନୀର ବିକ୍ରି ସଂଖ୍ୟା ବାର୍ଷିକ ଆଧାରରେ ୨୮% ବୃଦ୍ଧି ଘଟି ୬୧୦ କୋଟି ଟଙ୍କାରେ ପହଞ୍ଚତ୍ଛି। ଏ ସମ୍ପର୍କରେ ୱେଷ୍ଟ୍‌ଲାଇଫ୍‌ ଫୁଡ୍‌ୱାଲର୍‌ଡ ଲିମିଟେଡ୍‌ର ଉପାଧ୍ୟକ୍ଷ ଅମିତ୍‌ ଜଟିଆ କହିଛନ୍ତି, ଆମେ ଗୁରୁତ୍ୱପୂର୍ଣ୍ଣ ମେନ୍ୟୁ ଉଦ୍ଭାବନ ଓ ଉତ୍କୃଷ୍ଟ କାର୍ଯ୍ୟକାରିତା ମାଧ୍ୟମରେ ଆଉ ଏକ ଉନ୍ନତ ତ୍ରୈମାସିକ ଫଳାଫଳ ହାସଲ କରି ଖୁସି ଅନୁଭବ କରୁଛୁ। ଆମେ ଆମର ଷ୍ଟୋରଗୁଡିକୁ ଇଓଟିଏଫ୍‌ ଫର୍ମାଟ୍‌କୁ ଆଧୁନିକୀକରଣ କରିବାରେ ଆମର ନିବେଶ ବୃଦ୍ଧି କରିଛୁ, ଯାହା ଆଜିର ଡିଜିଟାଲ-ସ୍ୟାଭି ଗ୍ରାହକଙ୍କ ପାଇଁ ଅଧିକ ପ୍ରାସଙ୍ଗିକ । ଆମେ ବିଶ୍ୱାସ କରୁଛୁ ଯେ ମେନ୍ୟୁରେ ନୂତନତା, ସର୍ବବ୍ୟାପୀ ଉପସ୍ଥିତି ଓ ମୂଲ୍ୟ ନେତୃତ୍ୱ ଆମ ପାଇଁ ପ୍ରମୁଖ ଅଭିବୃଦ୍ଧି ପରିଚାଳକ ଭାବେ ଜାରି ରହିବ। କାରଣ ଆମେ କ୍ୟୁଏସ୍‌ଆର୍‌ ଶିଳ୍ପକୁ ପୁନଃ ପରିଭାଷିତ କରିବା ଦିଗରେ କାର୍ଯ୍ୟ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri