‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି

ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସମ୍ପତ୍ତି ରହିଛି। ୧୫୦ ଗ୍ରାମ ଜଳମଗ୍ନ ହୋଇଥିବା ବେଳେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ସମୀକ୍ଷା କରିଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା ଏହି ତଥ୍ୟ ଉପସ୍ଥାପନା କରିଛନ୍ତି।
ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏବଂ ଜିଲା ପ୍ରଶାସନର ଉଦ୍ୟମରେ ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ ହୋଇପାରିଛି। ଏହି ସମସ୍ତ କାର୍ଯ୍ୟର ଡକ୍ୟୁମେଣ୍ଟେଶନ କରିବାର ଆବଶ୍ୟକତା ରହିଛି। ବାତ୍ୟା ଲ୍ୟାଣ୍ଡଫଲ୍‌ ପୂର୍ବର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପୁନରୁଦ୍ଧାର କାର୍ଯ୍ୟର ଡକ୍ୟୁମେଣ୍ଟେଶନ କରାଗଲେ, ଏହା ଆଗାମୀ ଦିନରେ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ବାତ୍ୟାରେ ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ନିୟୋଜିତ ହୋଇଥିଲା।
ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ସୂଚନା ଦେଇ ଏସ୍‌ଆର୍‌ସି କହିଛନ୍ତି, ସମୁଦ୍ର ଉପକୂଳବର୍ତ୍ତୀ ଜିଲାର ଜମିରେ ଲୁଣିପାଣି ମାଡ଼ିଯିବାରୁ ଖରିଫ ଫସଲରେ ବାଧା ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକଙ୍କୁ ଏହାର ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ କରି ପରାମର୍ଶ ଦେବାକୁ କୁହାଯାଇଛି। ବୈଜ୍ଞାନିକମାନେ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। ଖୁବ୍‌ଶୀଘ୍ର ଏହାର ରିପୋର୍ଟ ଆସିବ। ରିଲିଫ୍‌ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।
ଶକ୍ତି ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାତ୍ୟାରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ। ୯୯.୮% ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି। ୨୩୦ ନୂଆ ଟ୍ରାନ୍ସଫର୍ମର ଲଗାଯାଇଛି। ବାତ୍ୟାରେ ବିଭାଗର ୧୫୦ କୋଟି ଟଙ୍କା କ୍ଷୟକ୍ଷତି ହୋଇଛି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ନିୟୋଜିତ ହୋଇଥିଲା। ମେ’ ୩୧ ସୁଦ୍ଧା ସମସ୍ତ ନଳକୂପ, ପାନୀୟ ଜଳ ଉତ୍ସକୁ ବିଶୋଧନ କରାଯାଇଛି। ପ୍ରାଥମିକ ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର, ପଞ୍ଚାୟତ ରାସ୍ତାର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାତ୍ୟା ଯୋଗୁ ୮ ସହରାଞ୍ଚଳର ୫୮ଟି ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ କ୍ଷତିଗ୍ରସ୍ତ ହୋଇଥିଲା। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ଅନ୍ୟ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା। ବାତ୍ୟାରେ ଜଳସମ୍ପଦ ବିଭାଗର ୧୦୮ କୋଟି, ପୂର୍ତ୍ତ ବିଭାଗର ୭୫ କୋଟି ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ୨୪୬ କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଥିବା ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡ଼ା ଜିଲାର ଜିଲାପାଳମାନେ ଆଲୋଚନାରେ ଭାଗନେଇ ବର୍ତ୍ତମାନର ଆବଶ୍ୟକତା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri