‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି

ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସମ୍ପତ୍ତି ରହିଛି। ୧୫୦ ଗ୍ରାମ ଜଳମଗ୍ନ ହୋଇଥିବା ବେଳେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ସମୀକ୍ଷା କରିଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା ଏହି ତଥ୍ୟ ଉପସ୍ଥାପନା କରିଛନ୍ତି।
ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏବଂ ଜିଲା ପ୍ରଶାସନର ଉଦ୍ୟମରେ ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ ହୋଇପାରିଛି। ଏହି ସମସ୍ତ କାର୍ଯ୍ୟର ଡକ୍ୟୁମେଣ୍ଟେଶନ କରିବାର ଆବଶ୍ୟକତା ରହିଛି। ବାତ୍ୟା ଲ୍ୟାଣ୍ଡଫଲ୍‌ ପୂର୍ବର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପୁନରୁଦ୍ଧାର କାର୍ଯ୍ୟର ଡକ୍ୟୁମେଣ୍ଟେଶନ କରାଗଲେ, ଏହା ଆଗାମୀ ଦିନରେ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ବାତ୍ୟାରେ ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ନିୟୋଜିତ ହୋଇଥିଲା।
ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ସୂଚନା ଦେଇ ଏସ୍‌ଆର୍‌ସି କହିଛନ୍ତି, ସମୁଦ୍ର ଉପକୂଳବର୍ତ୍ତୀ ଜିଲାର ଜମିରେ ଲୁଣିପାଣି ମାଡ଼ିଯିବାରୁ ଖରିଫ ଫସଲରେ ବାଧା ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକଙ୍କୁ ଏହାର ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ କରି ପରାମର୍ଶ ଦେବାକୁ କୁହାଯାଇଛି। ବୈଜ୍ଞାନିକମାନେ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। ଖୁବ୍‌ଶୀଘ୍ର ଏହାର ରିପୋର୍ଟ ଆସିବ। ରିଲିଫ୍‌ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।
ଶକ୍ତି ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାତ୍ୟାରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ। ୯୯.୮% ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି। ୨୩୦ ନୂଆ ଟ୍ରାନ୍ସଫର୍ମର ଲଗାଯାଇଛି। ବାତ୍ୟାରେ ବିଭାଗର ୧୫୦ କୋଟି ଟଙ୍କା କ୍ଷୟକ୍ଷତି ହୋଇଛି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ନିୟୋଜିତ ହୋଇଥିଲା। ମେ’ ୩୧ ସୁଦ୍ଧା ସମସ୍ତ ନଳକୂପ, ପାନୀୟ ଜଳ ଉତ୍ସକୁ ବିଶୋଧନ କରାଯାଇଛି। ପ୍ରାଥମିକ ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର, ପଞ୍ଚାୟତ ରାସ୍ତାର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାତ୍ୟା ଯୋଗୁ ୮ ସହରାଞ୍ଚଳର ୫୮ଟି ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ କ୍ଷତିଗ୍ରସ୍ତ ହୋଇଥିଲା। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ଅନ୍ୟ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା। ବାତ୍ୟାରେ ଜଳସମ୍ପଦ ବିଭାଗର ୧୦୮ କୋଟି, ପୂର୍ତ୍ତ ବିଭାଗର ୭୫ କୋଟି ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ୨୪୬ କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଥିବା ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡ଼ା ଜିଲାର ଜିଲାପାଳମାନେ ଆଲୋଚନାରେ ଭାଗନେଇ ବର୍ତ୍ତମାନର ଆବଶ୍ୟକତା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri