ରାଜ୍ୟରୁ ୬୧୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୬,୧୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୫୭୦ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୫ ଏବଂ ନୂଆପଡ଼ାରୁ ୪୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୫୧, ବାଲେଶ୍ୱର ୧୦୨, ବରଗଡ଼ ୨୬୨, ଭଦ୍ରକ ୮୭, ବଲାଙ୍ଗୀର ୧୮୯, ବୌଦ୍ଧ ୩୨, କଟକ ୩୪୩, ଦେବଗଡ଼ ୩୯, ଢେଙ୍କାନାଳ ୮, ଗଜପତି ୭୮, ଗଞ୍ଜାମ ୧୩୪, ଜଗତସିଂହପୁର ୭୩, ଯାଜପୁର ୩୨୪, ଝାରସୁଗୁଡ଼ା ୨୫୪, କେନ୍ଦ୍ରାପଡ଼ା ୪୬, କନ୍ଧମାଳ ୩୬, କେନ୍ଦୁଝର ୧୧୮, କୋରାପୁଟ ୭୧, ମାଲକାନଗିରି ୩୨, ମୟୂରଭଞ୍ଜ ୧୫୮, ନବରଙ୍ଗପୁର ୩୧୮, ନୟାଗଡ଼ ୯୯, ପୁରୀ ୧୮୦, ରାୟଗଡ଼ା ୧୦୪, ସମ୍ବଲପୁରରୁ ୨୮୦ ଏବଂ ସୋନପୁରରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୭୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୫୭ରେ ପହଞ୍ଚିଥିବା ବେଳେ ୩,୫୯,୪୬୭ଜଣ ସୁସ୍ଥ ହୋଇଛନ୍ତି। ୪୫,୯୪୯ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri