Posted inରାଜ୍ୟ

ମହିଳାଙ୍କ ପାଇଁ ୬୧୩ ଓ୍ବାର୍ଡ

ଭୁବନେଶ୍ୱର,୩।୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସରଗରମ ରହିଥିବା ବେଳେ ପୌର ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଜୋରସୋରରେ ଚାଲିଛି। ବୁଧବାର ରାଜ୍ୟର ୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମୋଟ ୧୭୫୬ ୱାର୍ଡରୁ ୬୬୮ ଅଣସଂରକ୍ଷିତ ରହିଛି। ଅନୁସୂଚିତ ଜାତି ବର୍ଗଙ୍କ ପାଇଁ ୧୨୨, ଅନୁସୂଚିତ ଜାତି ମହିଳାଙ୍କ ପାଇଁ ୧୭୧ ୱାର୍ଡ ସଂରକ୍ଷିତ। ସେହିପରି ଅନୁସୂଚିତ ଜନଜାତି ପାଇଁ ୪୯ ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୧୩୩ ୱାର୍ଡ ସଂରକ୍ଷିତ ରଖାଯାଇଛି। ତେବେ ମହିଳାମାନଙ୍କ ପାଇଁ ୬୧୩ ୱାର୍ଡ ସଂରକ୍ଷିତ ରହିଛି।

ଜାନୁୟାରୀ ୩୧ରେ ରାଜ୍ୟ ସରକାର ଅଧ୍ୟକ୍ଷ ସଂରକ୍ଷଣ ତାଲିକା ପ୍ରକାଶ କରିଥିଲେ। ଇତିମଧ୍ୟରେ ରାଜ୍ୟ ସରକାର ୩ଟି ମହାନଗର ନିଗମର ସୀମା ପୁନଃନିର୍ଦ୍ଧାରଣ ଏବଂ ଆସନ ସଂରକ୍ଷଣ ଚୂଡ଼ାନ୍ତ ତାଲିକା ରାଜ୍ୟ ନିର୍ବାଚନ କମିଶନରଙ୍କୁ ପ୍ରଦାନ କରିଥିବା ବେଳେ ଜିଲା ନିର୍ବାଚନ ଅଧିକାରୀ ୪୮ ମ୍ୟୁନିସିପାଲିଟି, ୫୯ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ର ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣର ଚୂଡ଼ାନ୍ତ ତାଲିକା ରାଜ୍ୟ ନିର୍ବାଚନ କମିଶନରଙ୍କୁ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ପଞ୍ଚାୟତ ନିର୍ବାଚନ ପରେ ଏପ୍ରିଲ ମାସ ବେଳକୁ ପୌର ନିର୍ବାଚନ ହେବା ନେଇ ଆଲୋଚନା ହେଉଛି। ଆସନ୍ତା ପୌର ନିର୍ବାଚନରେ ଇଭିଏମ୍‌ରେ ଭୋଟ ଗ୍ରହଣ କରାଯିବ। ଏଥର ମେୟର ଓ ପୌରାଧ୍ୟକ୍ଷ ପଦ ପାଇଁ ଲୋକେ ଭୋଟ ଦେବେ। ସେଥିପାଇଁ ଗୋଟିଏ ବୁଥ୍‌ରେ ୨ଟି ଇଭିଏମ୍‌ ବ୍ୟବସ୍ଥା କରାଯାଇଛି। ପ୍ରାୟ ୧୧ ହଜାର ଇଭିଏମ୍‌ ଦରକାର। ଇଭିଏମ୍‌ଗୁଡ଼ିକୁ ରାଜ୍ୟର ବିଭିନ୍ନ ସ୍ଥାନକୁ ପଠାଯାଇଛି ଏବଂ କର୍ମଚାରୀଙ୍କୁ ପ୍ରଶିକ୍ଷଣ କାର୍ଯ୍ୟ ମଧ୍ୟ ଆଗେଇ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri