ଥରକରେ ୬,୧୩୧ ଶିକ୍ଷକଙ୍କୁ ନିଯୁକ୍ତି

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ପିଲାମାନେ ଅନନ୍ତ ସମ୍ଭାବନାର ପ୍ରତୀକ। ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କ କଳ୍ପନାକୁ ଶକ୍ତିଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ସହିତ ଆତ୍ମବିଶ୍ୱାସ ବଢ଼ାଇବା ଦିଗରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକ ସମାଜକୁ ପରାମର୍ଶ ଦେଇଛନ୍ତି। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ରେ ଗୁରୁବାର ଆୟୋଜିତ ୬,୧୩୧ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ହେଉଛି ସମାଜର ସାମୂହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ। ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବେ ଶିକ୍ଷକଙ୍କୁ ଭବିଷ୍ୟତ ପିଢ଼ି ତଥା ନୂଆ ଓଡ଼ିଶା ଗଠନରେ ଯୋଡ଼ିହେବାକୁ ପଡ଼ିବ। ନିକଟରେ ଆରମ୍ଭ ହୋଇଥିବା ରୂପାନ୍ତରଣରେ ସଫଳ ସହଯୋଗୀ ଭାବେ ଦାୟିତ୍ୱ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡ. ଏ.ପି.ଜେ. ଅବଦୁଲ କଲାମ୍‌ଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଲେ, ସମାଜରେ ଶିକ୍ଷକଙ୍କ ଭୂମିକା ଯେପରି ଗୁରୁତ୍ୱପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ୱ ବହନ କରେ ନାହିଁ। ଶିକ୍ଷକତା ପରି ଏକ ମହାନ୍‌ ବୃତ୍ତିକୁ ଆପଣେଇଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ରାଜ୍ୟରେ ଶିକ୍ଷାର ବିକାଶରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ, ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମି ବିକାଶ କରାଯାଇଛି। ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରି, ଆଧୁନିକ ପରୀକ୍ଷାଗାର,ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡ଼ିଆ, ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୧,୦୭୫ ସ୍କୁଲର ରୂପାନ୍ତରଣ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ। ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ଜରୁରୀ ଆବଶ୍ୟକତା ଭାବେ ଗ୍ରହଣ କରାଯାଇଛି। ଶିକ୍ଷକଙ୍କୁ ସ୍ବତନ୍ତ୍ର ତାଲିମ ଦେବା ଉପରେ ଗୁରୁତ୍ୱାରୋପ କରାଯାଉଛି। ଶିକ୍ଷକଙ୍କ ପ୍ରତିବଦ୍ଧତା ଓ ପ୍ରେରଣା ପିଲାମାନଙ୍କୁ ସଫଳତାର ଶିଡ଼ି ଚଢ଼ିବାରେ ସକ୍ଷମ କରାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଟୁକୁନି ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସମୀର ଦାଶ ପ୍ରମୁଖ ଯୋଗଦେଇ ଶିକ୍ଷା ବ୍ୟବସ୍ଥାରେ ରୂପାନ୍ତର ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ବୋଲି ମତ ଦେଇଥିଲେ।
ସୂଚନାଯୋଗ୍ୟ, ୧୦୭୫ ସ୍କୁଲର ରୂପାନ୍ତର ପରେ ରାଜ୍ୟ ସରକାର ମାତ୍ର ୪୭ ଦିନରେ ୬,୧୩୧ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ନିଯୁକ୍ତି ଇତିହାସରେ ଏହା ସର୍ବକାଳୀନ ରେକର୍ଡ। ସେମାନଙ୍କ ମଧ୍ୟରେ କଳା ବିଭାଗରେ ୨,୨୩୬, ବିଜ୍ଞାନ ବିଭାଗରେ ୧,୭୭୯, ହିନ୍ଦୀ ବିଭାଗରେ ୮୨୯, ସଂସ୍କୃତ ବିଭାଗରେ ୭୯୬, ପିଇଟିରେ ୪୮୮ ଏବଂ ୩ଜଣ ତେଲୁଗୁ ଶିକ୍ଷକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri