ଥରକରେ ୬,୧୩୧ ଶିକ୍ଷକଙ୍କୁ ନିଯୁକ୍ତି

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ପିଲାମାନେ ଅନନ୍ତ ସମ୍ଭାବନାର ପ୍ରତୀକ। ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କ କଳ୍ପନାକୁ ଶକ୍ତିଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ସହିତ ଆତ୍ମବିଶ୍ୱାସ ବଢ଼ାଇବା ଦିଗରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକ ସମାଜକୁ ପରାମର୍ଶ ଦେଇଛନ୍ତି। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ରେ ଗୁରୁବାର ଆୟୋଜିତ ୬,୧୩୧ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ହେଉଛି ସମାଜର ସାମୂହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ। ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବେ ଶିକ୍ଷକଙ୍କୁ ଭବିଷ୍ୟତ ପିଢ଼ି ତଥା ନୂଆ ଓଡ଼ିଶା ଗଠନରେ ଯୋଡ଼ିହେବାକୁ ପଡ଼ିବ। ନିକଟରେ ଆରମ୍ଭ ହୋଇଥିବା ରୂପାନ୍ତରଣରେ ସଫଳ ସହଯୋଗୀ ଭାବେ ଦାୟିତ୍ୱ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡ. ଏ.ପି.ଜେ. ଅବଦୁଲ କଲାମ୍‌ଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଲେ, ସମାଜରେ ଶିକ୍ଷକଙ୍କ ଭୂମିକା ଯେପରି ଗୁରୁତ୍ୱପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ୱ ବହନ କରେ ନାହିଁ। ଶିକ୍ଷକତା ପରି ଏକ ମହାନ୍‌ ବୃତ୍ତିକୁ ଆପଣେଇଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ରାଜ୍ୟରେ ଶିକ୍ଷାର ବିକାଶରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ, ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମି ବିକାଶ କରାଯାଇଛି। ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରି, ଆଧୁନିକ ପରୀକ୍ଷାଗାର,ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡ଼ିଆ, ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୧,୦୭୫ ସ୍କୁଲର ରୂପାନ୍ତରଣ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ। ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ଜରୁରୀ ଆବଶ୍ୟକତା ଭାବେ ଗ୍ରହଣ କରାଯାଇଛି। ଶିକ୍ଷକଙ୍କୁ ସ୍ବତନ୍ତ୍ର ତାଲିମ ଦେବା ଉପରେ ଗୁରୁତ୍ୱାରୋପ କରାଯାଉଛି। ଶିକ୍ଷକଙ୍କ ପ୍ରତିବଦ୍ଧତା ଓ ପ୍ରେରଣା ପିଲାମାନଙ୍କୁ ସଫଳତାର ଶିଡ଼ି ଚଢ଼ିବାରେ ସକ୍ଷମ କରାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଟୁକୁନି ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସମୀର ଦାଶ ପ୍ରମୁଖ ଯୋଗଦେଇ ଶିକ୍ଷା ବ୍ୟବସ୍ଥାରେ ରୂପାନ୍ତର ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ବୋଲି ମତ ଦେଇଥିଲେ।
ସୂଚନାଯୋଗ୍ୟ, ୧୦୭୫ ସ୍କୁଲର ରୂପାନ୍ତର ପରେ ରାଜ୍ୟ ସରକାର ମାତ୍ର ୪୭ ଦିନରେ ୬,୧୩୧ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ନିଯୁକ୍ତି ଇତିହାସରେ ଏହା ସର୍ବକାଳୀନ ରେକର୍ଡ। ସେମାନଙ୍କ ମଧ୍ୟରେ କଳା ବିଭାଗରେ ୨,୨୩୬, ବିଜ୍ଞାନ ବିଭାଗରେ ୧,୭୭୯, ହିନ୍ଦୀ ବିଭାଗରେ ୮୨୯, ସଂସ୍କୃତ ବିଭାଗରେ ୭୯୬, ପିଇଟିରେ ୪୮୮ ଏବଂ ୩ଜଣ ତେଲୁଗୁ ଶିକ୍ଷକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri