Posted inଜାତୀୟ

ଜମ୍ମୁ-କଶ୍ମୀରରୁ ୧୪୪ ଧାରା ହଟାଇବା ଆବେଦନର ତତ୍କାଳ ଶୁଣାଣିକୁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଜମ୍ମୁ-କଶ୍ମୀରରୁ ୧୪୪ ଧାରା ହଟାଇବା ଆବେଦନର ତତ୍କାଳ ଶୁଣାଣି କରିବାକୁ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ଏକ ସମ୍ବେଦନଶୀଳ ମାମଲା। ଏଥି ପାଇଁ ସରକାରଙ୍କୁ ସମୟ ଦିଆଯିବାର ଆବଶ୍ୟକତା ରହିଥିବା ସର୍ବୋଚ୍ଚ ନ୍ୟାୟାଳୟ ସୂଚନା ଦେଇଛନ୍ତି। ଏହାସହିତ ଲୋକଙ୍କ ପାଖରେ ଯେପରି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚିପାରିବ ସେନେଇ ଅଦାଲତ ଗୁରୁତ୍ୱାରୋପ କରିଛନ୍ତି। କିଛି ଦିନ ମଧ୍ୟରେ ପରିସ୍ଥିତି ସ୍ବାଭାବିକ ହେବ ବୋଲି କୋର୍ଟ ଆଶା ପୋଷଣ କରିଛନ୍ତି। ସାଧାରଣ ସୁବିଧା ଉପଲବ୍ଧ ଲାଗି କେତେ ଦିନ ସମୟ ଲାଗିବ ବୋଲି ଆଟର୍ନି ଜେନେରାଲଙ୍କୁ କୋର୍ଟ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଆଟର୍ନି ଜେନେରାଲ କହିଥିଲେ ଯେ, ସ୍ଥିତିରେ ସୁଧାର ଆସିଲେ ଯଥାଶୀଘ୍ର ସାଧାରଣ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମେନକା ଗୁରୁସ୍ବାମୀ ସାଧାରଣ ସୁବିଧା ସୁଯୋଗ କିଭଳି ଲୋକଙ୍କୁ ଯୋଗାଇ ଦିଆଯିବ ସେନେଇ ପ୍ରଶ୍ନ କରିଥିଲେ।


All Right Reserved By

ମୋଦି ସାହସିକତାର ପଦକ୍ଷେପ ନେଇଛନ୍ତି: ମୋହନ ଭାଗବତ

ନୂଆଦିଲ୍ଲୀ, ୫।୮:କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଜମ୍ମୁ-କଶ୍ମୀର ପାଇଁ ସମ୍ବିଧାନରେ ଥିବା ସ୍ବତନ୍ତ୍ର ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ସରକାରରଙ୍କ ଏହି ନିଷ୍ପତ୍ତିକୁ...

ତେଜସ୍‌ ହେବ ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୯ା୭: ଦେଶରେ ଦୌଡ଼ିବ ପ୍ରଥମ ପ୍ରାଇଭେଟ ଟ୍ରେନ। ଦିଲ୍ଲୀ ଓ ଲକ୍ଷ୍ନୌ ମଧ୍ୟରେ ଚାଲିବାକୁ ଥିବା ତେଜସ୍‌ ଏକ୍ସପ୍ରେସକୁ ଘରୋଇ କମ୍ପାନୀ ହାତକୁ ଟେକି ଦିଆଯିବ।...

ଆସାମ ବନ୍ୟା ପୀଡ଼ିତଙ୍କୁ ରନ୍ଧାଖାଦ୍ୟ ବାଣ୍ଟୁଛନ୍ତି ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ

ଗୋଳାଘାଟ,୧୬।୭: ଆସାମରେ ବନ୍ୟା ଯୋଗୁ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବନ୍ୟା ପୀଡ଼ିତଙ୍କୁ ରିଲିଫ୍‌ ପ୍ରଦାନ ଜାରି ରହିଛି। ତେବେ ଗୋଳାଘାଟ...

ପଶ୍ଚିମବଙ୍ଗ ଉପନିର୍ବାଚନ: କଂଗ୍ରେସ-ସିପିଏମ୍‌ ଆସନ ବୁଝାମଣା

କୋଲକାତା,୧୧ା୮(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ଏବଂ ସିପିଆଇ(ଏମ୍‌) ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନ ପାଇଁ ଆସନ ବୁଝାମଣା କରିଛନ୍ତି। ରାଜ୍ୟରେ ଭାଜପା...

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୭।୭: ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର କମାଣ୍ଡର...

ଖାଲକୁ ଖସିଲା ସ୍କୁଲ ବସ୍‌ ଡ୍ରାଇଭର ସମେତ ୩ ମୃତ

ଶିମଲା,୧।୭: ଶିମଲାର ଝଞ୍ଜିଡିରେ ସୋମବାର ଏକ ସ୍କୁଲ ବସ ଖାଲକୁ ଖସି ପଡିବା ଫଳରେ ଡ୍ରାଇଭର ଓ ୨ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।...

ରାଜ୍ୟପାଳଙ୍କ ନିର୍ଦ୍ଦେଶକୁ ବାଚସ୍ପତିଙ୍କ ଅବଜ୍ଞା, ବିଧାନସଭା ଦିନକ ପାଇଁ ସ୍ଥଗିତ: ଆସ୍ଥାଭୋଟ କରାଇଦେଲେନି

ବେଙ୍ଗାଲୁରୁ,୧୮ା୭(ପି.ଟି./ଆଇଏଏନ୍‌ଏସ୍‌): ଘଡ଼ିକେ ଘୋଡ଼ା ଛୁଟୁଛି। କର୍ନାଟକ ରାଜନୀତିର ପାଣି କେତେବେଳେ କେଉଁ ଆଡ଼କୁ ବହିବ କିଛି କହି ହେଉନାହିଁ। ୧୬ ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ପରେ...

ସିଦ୍ଧୁ କେବେ ରାଜନୀତି ଛାଡିବେ ବୋଲି ଲେଖି ଲଗାଗଲା ପୋଷ୍ଟର

ଲୁଧିଆନା,୨୨।୬: ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ ଭାରତୀୟ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଏବେ ଅଡୁଆରେ ପଡିଯାଇଛନ୍ତି। ଲୋକ ସଭା ନିର୍ବାଚନ ସମୟରେ ସେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *