Posted inରାଜ୍ୟ

ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୬୨.୬୩ କୋଟି

ଭୁବନେଶ୍ୱର,୪।୧୧(ବ୍ୟୁରୋ):ପୁରୀ ଜିଲା ସତ୍ୟବାଦୀଠାରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଟେଣ୍ଡର ଶେଷ ହୋଇଛି। ଏଣିକି ଯୁଦ୍ଧକାଳୀନ ଭିତ୍ତିରେ କ୍ଷେତ୍ରସ୍ତରୀୟ କାମ ଆରମ୍ଭ ହେବ। ବିଶ୍ୱବିଦ୍ୟାଳୟ ନିର୍ମାଣ ଲାଗି ମୋଟ୍‌ ୬୧.୬୩ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବାବେଳେ ଏହାକୁ ପ୍ରଶାସନିକ ଅନୁମୋଦନ ମିଳିଛି। ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଭର୍ଚୁଆଲ୍‌ ମୋଡ୍‌ରେ ଆୟୋଜିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି। ସେହିପରି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋର ବିକାଶ ଲାଗି ୧୫.୧୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ମାର୍ଚ୍ଚ ସୁଦ୍ଧା ସମୁଦାୟ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଆଲୋଚନାରେ ଅଂଶଗ୍ରହଣ କରି ଓଡ଼ିଆ ଭାଷା ସଂସ୍କୃତି ଓ ସାହିତ୍ୟ ବିଭାଗ ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ ସୁଆଣ୍ଡୋ ବିକାଶର ରୂପରେଖ ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ସେଠାରେ ଥିବା ଶିବ ମନ୍ଦିର, ୨ ପୋଖରୀ, ଗୋପବନ୍ଧୁଙ୍କ ପୈତୃକ ଗୃହ, ଗ୍ରାମକୁ ରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ପାର୍କିଂ ଆଦି କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ଗୋପବନ୍ଧୁ ସ୍ମୃତି ସଂଗ୍ରହାଳୟ, ସୂଚନାକେନ୍ଦ୍ର, ଅତିଥି କେନ୍ଦ୍ର ନିର୍ମାଣ କରାଯାଉଛି। ପୋଖରୀ ପୁନରୁଦ୍ଧାର ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ସଂଗ୍ରହାଳୟ କୋଠା ନିର୍ମାଣ ସରିଥିବାବେଳେ ବିଦ୍ୟୁତୀକରଣ ଏବଂ ଅନ୍ୟ ଶେଷ ପର୍ଯ୍ୟାୟ କାମ ଜାରିରହିଛି। ୨ୟ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଚଳିତ ମାସରେ ଆରମ୍ଭ ହେବ। ଏହାକୁ ବାଦ୍‌ ଦେଲେ ଗୋପବନ୍ଧୁଙ୍କ ୧୫ ଫୁଟ ଉଚ୍ଚତାର ଏକ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯିବ। ପୈତୃକଗୃହକୁ ନୂଆ ରୂପ ଦିଆଯିବ। ପୁନଃରୁଦ୍ଧାର କାର୍ଯ୍ୟରେ ଆବଶ୍ୟକ ପଥର ଯୋଗାଣ ଅବ୍ୟାହତ ରଖିବା ଲାଗି ଓଡ଼ିଶା ଖଣି ନିଗମଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀ ଜିଲା ପ୍ରଶାସନ ଏବଂ ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟ ବିଭାଗ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଐତିହ୍ୟସମ୍ପନ୍ନ ସାକ୍ଷୀଗୋପାଳ ମନ୍ଦିର ସୌନ୍ଦର୍ଯ୍ୟକରଣ କାମ ତ୍ୱରାନ୍ବିତ କରିବାକୁ ମୁଖ୍ୟଶାସନ ସଚିବ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ସୁଆଣ୍ଡୋ, ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ଏବଂ ସାକ୍ଷୀଗୋପାଳକୁ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ କରିବା ଦିଗରେ ସବୁପ୍ରକାର ପଦକ୍ଷେପ ନେବାକୁ ସେ ସମ୍ପୃକ୍ତ ବିଭାଗଗୁଡ଼ିକକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri