Posted inରାଜ୍ୟ

ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୬୨.୬୩ କୋଟି

ଭୁବନେଶ୍ୱର,୪।୧୧(ବ୍ୟୁରୋ):ପୁରୀ ଜିଲା ସତ୍ୟବାଦୀଠାରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଟେଣ୍ଡର ଶେଷ ହୋଇଛି। ଏଣିକି ଯୁଦ୍ଧକାଳୀନ ଭିତ୍ତିରେ କ୍ଷେତ୍ରସ୍ତରୀୟ କାମ ଆରମ୍ଭ ହେବ। ବିଶ୍ୱବିଦ୍ୟାଳୟ ନିର୍ମାଣ ଲାଗି ମୋଟ୍‌ ୬୧.୬୩ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବାବେଳେ ଏହାକୁ ପ୍ରଶାସନିକ ଅନୁମୋଦନ ମିଳିଛି। ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଭର୍ଚୁଆଲ୍‌ ମୋଡ୍‌ରେ ଆୟୋଜିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି। ସେହିପରି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋର ବିକାଶ ଲାଗି ୧୫.୧୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ମାର୍ଚ୍ଚ ସୁଦ୍ଧା ସମୁଦାୟ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଆଲୋଚନାରେ ଅଂଶଗ୍ରହଣ କରି ଓଡ଼ିଆ ଭାଷା ସଂସ୍କୃତି ଓ ସାହିତ୍ୟ ବିଭାଗ ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ ସୁଆଣ୍ଡୋ ବିକାଶର ରୂପରେଖ ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ସେଠାରେ ଥିବା ଶିବ ମନ୍ଦିର, ୨ ପୋଖରୀ, ଗୋପବନ୍ଧୁଙ୍କ ପୈତୃକ ଗୃହ, ଗ୍ରାମକୁ ରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ପାର୍କିଂ ଆଦି କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ଗୋପବନ୍ଧୁ ସ୍ମୃତି ସଂଗ୍ରହାଳୟ, ସୂଚନାକେନ୍ଦ୍ର, ଅତିଥି କେନ୍ଦ୍ର ନିର୍ମାଣ କରାଯାଉଛି। ପୋଖରୀ ପୁନରୁଦ୍ଧାର ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ସଂଗ୍ରହାଳୟ କୋଠା ନିର୍ମାଣ ସରିଥିବାବେଳେ ବିଦ୍ୟୁତୀକରଣ ଏବଂ ଅନ୍ୟ ଶେଷ ପର୍ଯ୍ୟାୟ କାମ ଜାରିରହିଛି। ୨ୟ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଚଳିତ ମାସରେ ଆରମ୍ଭ ହେବ। ଏହାକୁ ବାଦ୍‌ ଦେଲେ ଗୋପବନ୍ଧୁଙ୍କ ୧୫ ଫୁଟ ଉଚ୍ଚତାର ଏକ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯିବ। ପୈତୃକଗୃହକୁ ନୂଆ ରୂପ ଦିଆଯିବ। ପୁନଃରୁଦ୍ଧାର କାର୍ଯ୍ୟରେ ଆବଶ୍ୟକ ପଥର ଯୋଗାଣ ଅବ୍ୟାହତ ରଖିବା ଲାଗି ଓଡ଼ିଶା ଖଣି ନିଗମଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀ ଜିଲା ପ୍ରଶାସନ ଏବଂ ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟ ବିଭାଗ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଐତିହ୍ୟସମ୍ପନ୍ନ ସାକ୍ଷୀଗୋପାଳ ମନ୍ଦିର ସୌନ୍ଦର୍ଯ୍ୟକରଣ କାମ ତ୍ୱରାନ୍ବିତ କରିବାକୁ ମୁଖ୍ୟଶାସନ ସଚିବ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ସୁଆଣ୍ଡୋ, ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ଏବଂ ସାକ୍ଷୀଗୋପାଳକୁ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ କରିବା ଦିଗରେ ସବୁପ୍ରକାର ପଦକ୍ଷେପ ନେବାକୁ ସେ ସମ୍ପୃକ୍ତ ବିଭାଗଗୁଡ଼ିକକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri