୧୧୧ ମୁନ୍‌ ମିଶନରୁ ସଫଳ ହୋଇଛି ୬୨

ଓ୍ବାଶିଂଟନ୍‌,୧୫।୭: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା (ନାସା) ରିପୋର୍ଟ ମୁତାବକ ୭ ଦଶନ୍ଧିରୁ ଅଦ୍ୟାବଧି ମୋଟ ୧୧୧ ମୁନ୍‌ ମିଶନରୁ ୬୨ଟି ସଫଳ ହୋଇଛି। ସେଗୁଡ଼ିକ ଭିତରୁ ୪୧ଟି ଆଂଶିକ ସଫଳ ହୋଇଥିବା ନାସା କହିଛି।
ଶୁକ୍ରବାର ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ) ପକ୍ଷରୁ ଚନ୍ଦ୍ରୟାନ-୩ର ସଫଳ ଉତ୍‌କ୍ଷେପଣ କରାଯାଇଛି। ମିଶନର ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠରେ ସୂକ୍ଷ୍ମ ଅବତରଣ କରିବା ନେଇ ବୈଜ୍ଞାନିକଗଣ ଆଶାପୋଷଣ କରିଛନ୍ତି। ଯଦି ଏହା ବାସ୍ତବରେ ସତ ହୁଏ ତେବେ ଆମେରିକା, ଚାଇନା ଓ ରୁଷିଆ ପରେ ଭାରତ ଚତୁର୍ଥ ଦେଶ ହେବ। ଚନ୍ଦ୍ରୟାନ-୨ ଲ୍ୟାଣ୍ଡର ଚନ୍ଦ୍ରରେ ହାର୍ଡ ଲ୍ୟାଣ୍ଡିଂ କରିବା ନେଇ ମିଶନ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଥିଲା। ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ବିକ୍ରମ ପୃଥିବୀର ନିକଟତମ ଉପଗ୍ରହ ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡିଂ କରିବା ନେଇ ୫୦% ସମ୍ଭାବନା ଥିବା ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଜି.ମାଧବନ ନୈର କହିଛନ୍ତି। ମହାକାଶରେ ଘଟୁଥିବା ବିକିରଣ ପ୍ରଭାବରେ କିଛି ଉପକରଣ ନଷ୍ଟ ହୋଇଯିବାର ଆଶଙ୍କା ରହିଛି।
ବହୁତଗୁଡ଼ିଏ ଦେଶ ଉପଗ୍ରହ ଚନ୍ଦ୍ର ସମ୍ପର୍କରେ ଜାଣିବା ସକାଶେ ମୁନ୍‌ ମିଶନ କରିଛନ୍ତି। ୧୯୫୮ ଅଗଷ୍ଟ ୧୭ରେ ଆମେରିକା ପ୍ରଥମଥର ନିଜର ମୁନ୍‌ ମିଶନ ‘ପାଓନିଅର ୦’ ଲଞ୍ଚ କରିଥିଲା, ଯାହା ବିଫଳ ହୋଇଥିଲା। ସେହିବର୍ଷ ଆମେରିକା ଓ ରୁଷିଆ ଲଗାତର ୬ଟି ମୁନ୍‌ ମିଶନ ଲଞ୍ଚ କରିଥିବାବେଳେ କୌଣସିଟି ସଫଳ ହୋଇ ନ ଥିଲା। ୧୯୬୬ ଜାନୁୟାରୀ ୯ରେ ରୁଷିଆ ମୁନ୍‌ ମିଶନ ଲ୍ୟାଣ୍ଡର ଚନ୍ଦ୍ରପୃଷ୍ଠରେ ସୂକ୍ଷ୍ମ ଅବତରଣ କରିଥିଲା, ଯାହା ଚନ୍ଦ୍ରପୃଷ୍ଠରୁ ପ୍ରଥମ ଫଟୋ ମଧ୍ୟ ଉତ୍ତୋଳନ କରିଥିଲା। ୧୯୯୦ ପରଠୁ ଆମେରିକା, ଜାପାନ, ଭାରତ, ଚାଇନା ଏବଂ ୟୁରୋପୀୟ ସଂଘ ୨୧ଟି ମୁନ୍‌ ମିଶନ ଲଞ୍ଚ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri