୬୨ ପ୍ରତିଶତ ଅଭିଭାବକ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅମଙ୍ଗ…

ମୁମ୍ବାଇ, ୨୪।୧ : ସୋମବାରଠାରୁ ମହାରାଷ୍ଟ୍ରରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ଲାଗି ସରକାର ଘୋଷଣା କରିଛନ୍ତି। ଏହା ଦ୍ୱାରା ଏବେ ବିଦ୍ୟାଳୟରେ ଅଫଲାଇନ ଶିକ୍ଷା ଆରମ୍ଭ ହେବ। କୋଭିଡ ନିୟମ ଅନୁସରଣ କରି ବିଦ୍ୟାଳୟରେ ଶିକ୍ଷାଦାନ କରାଯିବ। ଉଭୟ ଅଫଲାଇନ ଏବଂ ଅନଲାଇନ୍‌ କ୍ଲାସ ଚାଲିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

ତେବେ ସରକାରଙ୍କ ଏହି ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠିଛି ଯେ ତୃତୀୟ ଲହର ଶେଷ ହୋଇ ନ ଥିବାବେଳେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାର ବିଦ୍ୟାଳୟ ଖୋଲିବାକୁ ଏଭଳି ତତ୍ପର ହେଉଛନ୍ତି କାହିଁକି ? ପିଲାମାନଙ୍କୁ ସ୍କୁଲକୁ ଡାକିବା ପାଇଁ ଦୁଇଟି କଥା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ପ୍ରଥମଟି ହେଉଛି କୋଭିଡ ଏସ୍‌ଓପି ଅନୁସରଣ କରିବା ଏବଂ ଦ୍ୱିତୀୟଟି ହେଉଛି ଅଭିଭାବକଙ୍କ ସହମତି।

ଅନଲାଇନ ଏଜେନ୍ସି ଲୋକାଲ ସର୍ଭିସେସ ଦ୍ୱାରା କରାଯାଇଥିବା ଏକ ସର୍ଭେର ଫଳାଫଳ ପରେ ଉଦ୍ଧବ ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ସର୍ଭେରେ ୬୭ ପ୍ରତିଶତ ପୁରୁଷ ଏବଂ ୩୩ ପ୍ରତିଶତ ମହିଳା ସାମିଲ ହୋଇଥିଲେ। ସର୍ବେକ୍ଷଣ ଅନୁଯାୟୀ, ମହାରାଷ୍ଟ୍ରର ପ୍ରାୟ ୬୨ ପ୍ରତିଶତ ଅଭିଭାବକ ଜାନୁଆରୀ ୨୪ ରୁ ନିଜ ପିଲାମାନଙ୍କୁ ବିଦ୍ୟାଳୟକୁ ପଠାଇବା ସପକ୍ଷରେ ନାହାଁନ୍ତି। ସେମାନେ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅମଙ୍ଗ ହେଉଛନ୍ତି।

ଏଥି ସହିତ, ୧୧ ପ୍ରତିଶତ ଅଭିଭାବକ ଏହି ପ୍ରସଙ୍ଗରେ ନିଜର ମତ ପ୍ରକାଶ କରିନାହାଁନ୍ତି। ଏହି ସର୍ବେକ୍ଷଣରେ, ରାଜ୍ୟର ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ଶ୍ରେଣୀ ସହରକୁ ସାମିଲ କରାଯାଇଥିଲା। ସର୍ଭେରେ ୪୯୭୬ ଜଣ ଲୋକ ପ୍ରତିକ୍ରିୟା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri