ତଟବନ୍ଧ,ପାନୀୟ ଜଳ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୬୨୨ କୋଟି

କେନ୍ଦ୍ରାପଡ଼ା ଅଫିସ, ୧୪ ।୮: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପାନୀୟ ଜଳ ସଙ୍କଟ କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ସର୍ବଦା ଆଶଙ୍କାରେ ପକାଇଛି। ତେବେ ଏହାର ସମାଧାନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୟାସ ଜାରି ରଖିଛନ୍ତି। ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ କେନ୍ଦ୍ରାପଡ଼ା ଜିଲାର ୩ ପାନୀୟ ଜଳ ପ୍ରକଳ୍ପ ଓ ୬ ଲୁଣା ବନ୍ଧ ନିର୍ମାଣ ପାଇଁ ଅର୍ଥ ମଞ୍ଜୁରୀ ହୋଇଛି। ଏହି ମର୍ମରେ କେନ୍ଦ୍ରାପଡ଼ା ଜିଲା ବିଜେଡି ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ା ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ରାଜନଗର ବିଧାୟକ ଧ୍ରୁବଚରଣ ସାହୁ ଓ ପାଟକୁରା ବିଧାୟିକାଙ୍କ ପ୍ରତିନିଧି ସଞ୍ଜୟ ଅଗ୍ରୱାଲ ଯୋଗ ଦେଇଥିଲେ। ସେମାନେ କହିଥିଲେ, ରାଜନଗର ବ୍ଲକ ଅଧୀନ ୨୯ ପଞ୍ଚାୟତର ୨୪୯ ଗ୍ରାମ, ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ୨୯ ପଞ୍ଚାୟତର ୧୩୮ ଗ୍ରାମର ଅଧିବାସୀଙ୍କ ପାଇଁ ସଂସାରଫଳ ଓ ବାଛରାଠାରେ ଦୁଇଟି ପାନୀୟ ଜଳ ପ୍ରକଳ୍ପ ହେବ। ଏହି ଅଞ୍ଚଳରେ ୩,୨୪,୦୪୬ ଜଣ ଏଥିରେ ଉପକୃତ ହେବାକୁ ଥିବା ବେଳେ ବ୍ରାହ୍ମଣୀ ନଦୀରୁ ପାଣି ଉଠାଯିବ। ସେହିପରି ଗରଦପୁର ବ୍ଲକ ଅଧୀନରେ ଥିବା ବାଛରାଠାରେ ଚିତ୍ରୋପତ୍ଳା ନଦୀରୁ ପାଣି ଉତ୍ତୋଳନ କରାଯାଇ ୧୮ ପଞ୍ଚାୟତର ୧୩୫ ଗ୍ରାମକୁ ପାନୀୟ ଜଳ ଯୋଗାଣ ହେବ। ଆସନ୍ତା ୨ ବର୍ଷ ମଧ୍ୟରେ ଏହି ୩ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। ବନ୍ୟା, ସାମୁଦ୍ରିକ ଝଡ଼ ଓ ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇଁ ତଟବନ୍ଧ ନିର୍ମାଣକୁ ଗୁରୁତ୍ୱ ଦିଆଯାଇଛି। ମହାକାଳପଡ଼ା ବ୍ଲକ ବତୀଘରଠାରେ ୧୦ କିଲୋମିଟର ଲୁଣା ତଟବନ୍ଧକୁ ୬ ମିଟର ଉଚ୍ଚା କରାଯିବ।ଏଥିସହ ଏହି ବ୍ଲକର ଖରିନାସୀ ତଟବନ୍ଧ, ଜମ୍ବୁ ବଉଳକଣୀ ତଟବନ୍ଧ, ବଗଗହଣ ତରପଦାଘାଟ, ରାଢ଼ିଆ କଂସାର ଓ ନଳିତାପାଟିଆ ଲୁଣା ତଟବନ୍ଧ ପାଇଁ ମୋଟ ୨୦,୫୬୨.୪୯ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏହି ସମ୍ମିଳନୀରେ ଜିଲା ବିଜେଡିର ବହୁ ପଦାଧିକାରୀ ଓ ଜନ ପ୍ରତିନିଧି ଉପସ୍ଥିତ ଥିଲେ।  ା


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri