ହାତବାନ୍ଧି ବସିଛନ୍ତି ଅଟୋ ଚାଳକ: ଭଡା ପାଇଁ ବାହାରିଲେ ପୋଲିସ ପାହାରକୁ ଡର

ଗଞ୍ଜାମ,୪।୭(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଓ ଜଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ, ଶଟ୍‌ଡାଉନ ସହ ବିଭିନ୍ନ କଟକଣା ଜାରି କରାଯାଇଛି । ତେବେ ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି ଅଟୋ ଚାଳକ।
ଭଡା ପାଇଁ ବାହାରିଲେ ପୋଲିସ ପାହାରକୁ ଡର। ତେଣୁ ଘରେ ହାତବାନ୍ଧି ବସିବାକୁ ବାଧ୍ୟ ହେଉଛୁ ବୋଲି କହିଛନ୍ତି, ଅଟୋ ଚାଳକ ନିରଞ୍ଜନ ତରାଇ। ବର୍ଷକୁ ଥରେ ବୀମା ପାଇଁ ୧୦ ହଜାର, ଫିଟ୍‌ନେସ ପାଇଁ ୨ ହଜାର ୫ ଶହ ଓ ରୋଡ ଟ୍ୟାକ୍ସ ୫ ହଜାର ଦେବାକୁ ପଡୁଛି ।
ମାତ୍ର ଆମ ପାଇଁ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆ ଯାଉ ନ ଥିବା ସେ ଅଭିଯୋଗ କରିଛନ୍ତି l ଭଡା ନନେଲେ ଉପରୋକ୍ତ ଟଙ୍କା କେମିତି ଦେବୁ ଓ ପରିବାର କିପରି ଚଳିବ ବୋଲି ସେ ପ୍ରଶ୍ନ କରିଛନ୍ତି । ଅଟୋ ଚାଳକ ନିରଞ୍ଜନଙ୍କ ଭଳି ସହରର ଅନ୍ୟ ଅଟୋ ଚାଳକ ମଧ୍ୟ ଦୁର୍ଦ୍ଦିନରେ ଦିନ କାଟୁଥିବା କହିଛନ୍ତି । ତେଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗଞ୍ଜାମ ଅଟୋ ମାଲିକ ସଂଘ ପକ୍ଷରୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri