Posted inଖେଳ

ଫୁଟ୍‌ବଲ ପ୍ରତିଭା ଅନ୍ବେଷଣ: ଗଠନ ହେବ ୫ ଜୋନାଲ ଟ୍ୟାଲେଣ୍ଟ ହଣ୍ଟ୍‌ କମିଟି

ନୂଆଦିଲ୍ଲୀ, ୪ା୮ (ପି.ଟି.)-ଭାରତ କିପରି ଫିଫା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବ ସେଥିଲାଗି ସରକାର ଏକ ଉଚ୍ଚାଭିଳାଷୀ ଯୋଜନା ପ୍ରସ୍ତୁତ କରିଛନ୍ତି। ସମସ୍ତ ଦେଶରୁ ଫୁଟ୍‌ବଲ ପ୍ରତିଭାମାନଙ୍କୁ ଚିହ୍ନଟ କରିବା ଲାଗି ୫ଟି ଜୋନାଲ ଟ୍ୟାଲେଣ୍ଟ ହଣ୍ଟ୍‌ କମିଟି ଗଠନ କରାଯିବ ବୋଲି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କିରେନ୍‌ ରିଜିଜୁ ପ୍ରକାଶ କରିଛନ୍ତି। ଏଥିଲାଗି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସହ ପାର୍ଟନରଶିପ୍‌ରେ ଖେଲୋ ଇଣ୍ଡିଆ ପ୍ରୋଗ୍ରାମ୍‌ ଅଧୀନରେ ସ୍ପୋଟର୍‌ସ ଅଥରିଟି ଅଫ୍‌୍‌ ଇଣ୍ଡିଆ (ସାଇ) ତରଫରୁ ପ୍ରଥମେ ପାଣ୍ଠି ଯୋଗାଇ ଦିଆଯିବ। ଆଗାମୀ କିଛି ମାସ ମଧ୍ୟରେ ପୂର୍ବାଞ୍ଚଳ, ଉତ୍ତରାଞ୍ଚଳ, ଦକ୍ଷିଣାଞ୍ଚଳ, ପଶ୍ଚିମାଞ୍ଚଳ ଏବଂ ଉତ୍ତରପୂର୍ବାଞ୍ଚଳ କମିଟିଗୁଡ଼ିକ ଗଠନ କରାଯିବ। ଭାରତ ଅଧିନାୟକ ସୁନୀଲ ଛେତ୍ରୀଙ୍କ ୩୬ତମ ଜନ୍ମ ଦିବସ ଅବସରରେ ଏକ ଭର୍ଚୁଆଲ କାର୍ଯ୍ୟକ୍ରମରେ ଯୋଗଦାନ ପୂର୍ବକ ରିଜିଜୁ ଏକଥା ପ୍ରକାଶ କରିଛନ୍ତି। ଫୁଟ୍‌ବଲ ହେଉଛି ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ। ଆଗାମୀ ୧୦ରୁ ୧୫ବର୍ଷ ମଧ୍ୟରେ ବିଶ୍ୱକପ୍‌ ଓ ଅଲିମ୍ପିକ୍ସ ଲାଗି ଯୋଗ୍ୟତା ଅର୍ଜନ ଆମର ମୂଳ ଲକ୍ଷ୍ୟ ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ଆମକୁ ବର୍ତ୍ତମାନ ପ୍ରଫେଶନାଲ ଢାଞ୍ଚାରେ ୧୨ବର୍ଷରୁ କମ୍‌ ଫୁଟ୍‌ବଲ ପ୍ରତିଭାମାନଙ୍କୁ ଖୋଜି ବାହାର କରିବାକୁ ପଡ଼ିବ ବୋଲି ରିଜିଜୁ କହିଛନ୍ତି। ପଞ୍ଚାୟତ ଓ ମ୍ୟୁନିସପାଲିଟିିର ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ କରିବା ଲାଗି ଆବଶ୍ୟକ ସ୍ଥଳେ ଆଞ୍ଚଳିକ ଲିଗ୍‌ମାନ ଆୟୋଜନ କରାଯିବ। ଏଥିଲାଗି ରାଜ୍ୟସରକାର ଏବଂ ମହାସଂଘକୁ ଆର୍ଥିକ ସହାୟତା ପ୍ରଦାନ ସମ୍ପର୍କରେ ଚିନ୍ତା କରାଯାଉଛି। ଭର୍ଚୁଆଲ କାର୍ଯ୍ୟକ୍ରମରେ ଭାଗ ନେଇ ଏଆଇଏଫ୍‌ଏଫ୍‌ ସଭାପତି ପ୍ରଫୁଲ୍ଲ ପଟେଲ କହିଛନ୍ତି ଯେ, ଭାରତ ୨୦୧୭ରେ ୧୭ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ଆୟୋଜନ କରିବା ପୂର୍ବରୁ ଏକ ଟ୍ୟାଲେଣ୍ଟ ସ୍କାଉଟିଂ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଏବେ ସୁଦ୍ଧା କାର୍ଯ୍ୟକାରୀ ହେଉଛି। ହେଲେ ମନ୍ତ୍ରୀଙ୍କର ଏହି ବ୍ୟାପକ ଯୋଜନା ସ୍ବାଗତଯୋଗ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri