Posted inଖେଳ

ଫୁଟ୍‌ବଲ ପ୍ରତିଭା ଅନ୍ବେଷଣ: ଗଠନ ହେବ ୫ ଜୋନାଲ ଟ୍ୟାଲେଣ୍ଟ ହଣ୍ଟ୍‌ କମିଟି

ନୂଆଦିଲ୍ଲୀ, ୪ା୮ (ପି.ଟି.)-ଭାରତ କିପରି ଫିଫା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବ ସେଥିଲାଗି ସରକାର ଏକ ଉଚ୍ଚାଭିଳାଷୀ ଯୋଜନା ପ୍ରସ୍ତୁତ କରିଛନ୍ତି। ସମସ୍ତ ଦେଶରୁ ଫୁଟ୍‌ବଲ ପ୍ରତିଭାମାନଙ୍କୁ ଚିହ୍ନଟ କରିବା ଲାଗି ୫ଟି ଜୋନାଲ ଟ୍ୟାଲେଣ୍ଟ ହଣ୍ଟ୍‌ କମିଟି ଗଠନ କରାଯିବ ବୋଲି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କିରେନ୍‌ ରିଜିଜୁ ପ୍ରକାଶ କରିଛନ୍ତି। ଏଥିଲାଗି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସହ ପାର୍ଟନରଶିପ୍‌ରେ ଖେଲୋ ଇଣ୍ଡିଆ ପ୍ରୋଗ୍ରାମ୍‌ ଅଧୀନରେ ସ୍ପୋଟର୍‌ସ ଅଥରିଟି ଅଫ୍‌୍‌ ଇଣ୍ଡିଆ (ସାଇ) ତରଫରୁ ପ୍ରଥମେ ପାଣ୍ଠି ଯୋଗାଇ ଦିଆଯିବ। ଆଗାମୀ କିଛି ମାସ ମଧ୍ୟରେ ପୂର୍ବାଞ୍ଚଳ, ଉତ୍ତରାଞ୍ଚଳ, ଦକ୍ଷିଣାଞ୍ଚଳ, ପଶ୍ଚିମାଞ୍ଚଳ ଏବଂ ଉତ୍ତରପୂର୍ବାଞ୍ଚଳ କମିଟିଗୁଡ଼ିକ ଗଠନ କରାଯିବ। ଭାରତ ଅଧିନାୟକ ସୁନୀଲ ଛେତ୍ରୀଙ୍କ ୩୬ତମ ଜନ୍ମ ଦିବସ ଅବସରରେ ଏକ ଭର୍ଚୁଆଲ କାର୍ଯ୍ୟକ୍ରମରେ ଯୋଗଦାନ ପୂର୍ବକ ରିଜିଜୁ ଏକଥା ପ୍ରକାଶ କରିଛନ୍ତି। ଫୁଟ୍‌ବଲ ହେଉଛି ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ। ଆଗାମୀ ୧୦ରୁ ୧୫ବର୍ଷ ମଧ୍ୟରେ ବିଶ୍ୱକପ୍‌ ଓ ଅଲିମ୍ପିକ୍ସ ଲାଗି ଯୋଗ୍ୟତା ଅର୍ଜନ ଆମର ମୂଳ ଲକ୍ଷ୍ୟ ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ଆମକୁ ବର୍ତ୍ତମାନ ପ୍ରଫେଶନାଲ ଢାଞ୍ଚାରେ ୧୨ବର୍ଷରୁ କମ୍‌ ଫୁଟ୍‌ବଲ ପ୍ରତିଭାମାନଙ୍କୁ ଖୋଜି ବାହାର କରିବାକୁ ପଡ଼ିବ ବୋଲି ରିଜିଜୁ କହିଛନ୍ତି। ପଞ୍ଚାୟତ ଓ ମ୍ୟୁନିସପାଲିଟିିର ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ କରିବା ଲାଗି ଆବଶ୍ୟକ ସ୍ଥଳେ ଆଞ୍ଚଳିକ ଲିଗ୍‌ମାନ ଆୟୋଜନ କରାଯିବ। ଏଥିଲାଗି ରାଜ୍ୟସରକାର ଏବଂ ମହାସଂଘକୁ ଆର୍ଥିକ ସହାୟତା ପ୍ରଦାନ ସମ୍ପର୍କରେ ଚିନ୍ତା କରାଯାଉଛି। ଭର୍ଚୁଆଲ କାର୍ଯ୍ୟକ୍ରମରେ ଭାଗ ନେଇ ଏଆଇଏଫ୍‌ଏଫ୍‌ ସଭାପତି ପ୍ରଫୁଲ୍ଲ ପଟେଲ କହିଛନ୍ତି ଯେ, ଭାରତ ୨୦୧୭ରେ ୧୭ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ଆୟୋଜନ କରିବା ପୂର୍ବରୁ ଏକ ଟ୍ୟାଲେଣ୍ଟ ସ୍କାଉଟିଂ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଏବେ ସୁଦ୍ଧା କାର୍ଯ୍ୟକାରୀ ହେଉଛି। ହେଲେ ମନ୍ତ୍ରୀଙ୍କର ଏହି ବ୍ୟାପକ ଯୋଜନା ସ୍ବାଗତଯୋଗ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri