ବରଗଡରେ ୧୧୪ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୫୩୩୭ରେ ପହଞ୍ଚିଲା

ବରଗଡ ଅଫିସ,୨୨।୯- ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୧୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଢ ବ୍ଲକର ୧୯, ବରଗଡ ପୌରାଞ୍ଚଳର ୨୯, ଅତାବିରା ୧୫, ଭେଡେନ ୯, ବିଜେପୁର ୭, ବରପାଲି ଓ ଭଟଲି ବ୍ଲକର ୬ଜଣ ଲେଖାଏଁ, ଅମ୍ବାଭୋନା ୫, ପଦ୍ମପୁର ବ୍ଲକ ଓ ଅତାବିରା ଏନଏସିର ୪ଜଣ ଲେଖାଏ, ପାଇକମାଲ ବ୍ଳକ ଓ ଏଠାରେ ଚିକିତ୍ସାଧିନ ରହିଥିବା ସମ୍ବଲପୁର ଜିଲାର ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩୩୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨ଜଣକର ମୃତ୍ୟୁ ହୋଇଥିବା ବେଳେ ୪୧୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୧୨୦୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ସେହିପରି କାର୍ଯ୍ୟରତ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବରଗଡ ଏଚଡିଏଫସି ବ୍ୟାଙ୍କକୁ ଶଟଡାଉନ ଘୋଷଣା କରାଯାଇଛି ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?