ଆଜି ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ, ୩୩୬୪୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯ ଜଣ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୭, ଖୋର୍ଦ୍ଧା, ଝାରସୁଗୁଡ଼ା ଏବଂ ସମ୍ବଲପୁରରୁ ୬ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ୪, ଭଦ୍ରକ ୨, ବୌଦ୍ଧ ୧, କଟକ ୧, ଦେବଗଡ଼ ୧, ଜଗତସିଂହପୁର ୧, ଯାଜପୁର ୪, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୨, କୋରାପୁଟ ୧ ଏବଂ ମୟୂରଭଞ୍ଜରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧।

ଅନ୍ୟପକ୍ଷରେ ମୟୂରଭଞ୍ଜରୁ ଆଜି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେ ଡାଇବେଟିସ, ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬, ୪୬୦ରେ ପହଞ୍ଚିଥିବା ବେଳେ ୩,୩୩,୭୮୮ ଜଣ ସୁସ୍ଥ ହୋଇଛନ୍ତି। ୭୦୬ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri