କଳାହାଣ୍ଡିରେ ଗଡ଼ିବ ୬୩ଟି ଲକ୍ଷ୍ମୀ ବସ୍‌: ଜାଣନ୍ତୁ କେବେ କରିବେ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ

ଭବାନୀପାଟଣା,୧୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ୧୩ଟି ବ୍ଲକରେ ଗଡିବ ରାଜ୍ୟ ସରକାରଙ୍କ ୬୩ଟି ଲକ୍ଷ୍ମୀ ବସ୍‌। ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ପରେ ଜିଲାରେ ଗଡ଼ିବ ଲକ୍ଷ୍ମୀ ବସ୍‌। ମାସ ଶେଷ ସପ୍ତାହରେ ବସ୍‌ଗୁଡିକ କଳାହାଣ୍ଡିରେ ପହଞ୍ଚିବ। କଳାହାଣ୍ଡି ଜିଲାର ୧୩ଟି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳକୁ ୫୦ଟି ବସ୍‌ ପ୍ରତ୍ୟହ ସ୍ଥାନୀୟ ବ୍ଲକ ମୁଖ୍ୟାଳୟ ପର୍ଯ୍ୟନ୍ତ ଚଳାଚଳ କରିବ। ସେହିପରି ସ୍ଥାନୀୟ ବ୍ଲକ ମୁଖ୍ୟାଳୟରୁ ୧୩ଟି ବସ୍‌ ପ୍ରତ୍ୟହ ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚଳାଚଳ କରିବ।

ଏହି ବସ୍‌ରେ ଯାତ୍ରା ପାଇଁ ଶୁନରୁ ୧୦ କି.ମି. ଯାଏଁ ଯାତ୍ରୀଙ୍କୁ ମାତ୍ର ୫ ଟଙ୍କା ଦେବାକୁ ପଡିବ। ସେହିପରି ୧୧-୨୦ କି.ମି. ୧୦ ଟଙ୍କା, ୨୧-୪୧ କି.ମି. ୧୫ଟଙ୍କା, ୪୧-୬୦ କି.ମି. ୨୫ ଟଙ୍କା ଓ ୬୧-୮୦ କି.ମି. ୩୦ଟଙ୍କା ଦେବାକୁ ପଡିବ। ପ୍ରତ୍ୟେକ ଗ୍ରାମାଞ୍ଚଳରେ ଏହି ବସ୍‌ ପାଇଁ ଷ୍ଟପେଜ ବ୍ୟବସ୍ଥା ମଧ୍ୟ ରହିବ। ଏହାଦ୍ୱାରା ଯାତ୍ରୀମାନେ କମ୍‌ ଖର୍ଚ୍ଚାନ୍ତରେ ନିଜ ଅଞ୍ଚଳରୁ ଗନ୍ତବ୍ୟ ସ୍ଥଳକୁ ସୁବିଧାରେ ଯାତାୟାତ କରିପାରିବେ।
ବସ୍‌ ଚଳାଚଳ କରିବା ପରେ ଜିଲାର ଯୋଗାଯୋଗ ଓ ପରିବହନ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଯୋଡି ହେବ ବୋଲି କଳାହାଣ୍ଡି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ) ଗତିକୃଷ୍ଣ ସାମନ୍ତରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ

ପୁରୀ,୩୦ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ।...

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି...

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri