ଖୋଲିବ ୬୩ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲା ଶିକ୍ଷା ଅଧିକାରୀମାନଙ୍କ ସମୀକ୍ଷା ବୈଠକ ପଟିଆସ୍ଥିତ ଓ-ହବ୍‌ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଉନ୍ନୟନ କମିଶନର(ଡିସି) ପ୍ରଦୀପ ଜେନା ଯୋଗଦାନ କରି ରାଜ୍ୟର ଶିକ୍ଷା ବିକାଶ ଏବଂ ଜିଲା ଶିକ୍ଷା ଅଧିକାରୀମାନଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଶିକ୍ଷାକ୍ଷେତ୍ରରେ ଆମର ମାନବିକ ସ୍ବଭାବକୁ ଜାଗ୍ରତ କରିବାକୁ ପଡ଼ିବ। ଶିକ୍ଷା ଅଧିକାରୀମାନେ ସ୍କୁଲ ପରିଦର୍ଶନ କରିବା, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହିତ ଆଲୋଚନା କରିବା ଏବଂ ଅତ୍ୟନ୍ତ ନିଷ୍ଠା ଓ ଆନ୍ତରିକତାର ସହ କ୍ରିୟାଶୀଳ ପ୍ରଦର୍ଶନ, ନିୟମିତତା ଓ ଶୃଙ୍ଖଳା ବଜାୟ ରଖିବା ଆବଶ୍ୟକ। ଆସନ୍ତା ବର୍ଷ ୬୩ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ ବୋଲି ସତ୍ୟବ୍ରତ ସୂଚନା ଦେଇଛନ୍ତି।
ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ବୈଠକରେ ବିଭାଗ ତରଫରୁ ଗୁଣାତ୍ମକ ଶିକ୍ଷା ନିମନ୍ତେ ନିଆଯାଉଥିବା ସମସ୍ତ ଅଭିନବ ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ଆଦର୍ଶ ବିଦ୍ୟାଳୟ ନିର୍ମାଣ କାର୍ଯ୍ୟ, ଛାତ୍ରୀଛାତ୍ରଙ୍କ ନିମନ୍ତେ ଛାତ୍ରାବାସ ଗୃହ ଏବଂ ଭିତ୍ତିଭୂମି ନିର୍ମାଣ ନିମନ୍ତେ ସରକାରଙ୍କ ଅର୍ଥର କୌଣସି ଅସୁବିଧା ସୃଷ୍ଟି ହେବନାହିଁ। ଆଦର୍ଶ ବିଦ୍ୟାଳୟ ଲାଗି ଡିଇଓମାନେ ଗୁଣାତ୍ମକ ଆସବାବପତ୍ର କିଣିବେ। ଆବଶ୍ୟକ ସ୍ଥଳେ ଅଧିକ ଖର୍ଚ୍ଚ ବହନ କରାଯିବ। ଆଦର୍ଶ ବିଦ୍ୟାଳୟ ଲାଗି ପ୍ରବେଶିକା ପରୀକ୍ଷା ଆସନ୍ତା ଫେବୃଆରୀ ୧୮ରେ କରାଯିବ। ଏଥିଲାଗି ଡିଇଓମାନେ ଆବଶ୍ୟକୀୟ ପ୍ରଚାରପ୍ରସାର କରିବେ। ୨୦ଟି ଡିଜିଟାଲ୍‌ ଲାଇବ୍ରେରୀ ପ୍ରତିଷ୍ଠା ଉପରେ ଆଲୋଚନା ହୋଇଛି। ଆସନ୍ତା ୩ରୁ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ନିମନ୍ତେ ବିଦ୍ୟାଳୟ ଖୋଲୁଥିବାରୁ ସ୍କୁଲର ସଫେଇ ଓ ବିଶୋଧନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରାଯିବ। ମାତ୍ର କୌଣସି ପରିସ୍ଥିତିିରେ ପିଲାମାନଙ୍କୁ ସ୍କୁଲ ଆସିବାକୁ ବାଧ୍ୟ କରାଯିବ ନାହିଁ ବୋଲି ବୈଠକରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri