ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଗଜପତି ଜିଲା ମୋହନା ଅଞ୍ଚଳର ରମେଶ ରଣସିଂ। ଜଣେ ପରୋପକାରୀ ସମାଜସେବୀ ଭାବେ ପରିଚିତ ରମେଶଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପକ୍ଷରୁ ଅଙ୍ଗଦାନ କରାଯାଇ ମାନବିକତାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରାଯାଇଛି। ଏହି ମହତ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ‘ଗାର୍ଡ ଅଫ ଅନର’ ପ୍ରଦାନ କରାଯାଇଛି।

ସୂଚନା ଅନୁଯାୟୀ, ମୋହନା ଥାନା ଅନ୍ତର୍ଗତ ଜାଲିବାଡି ଗାଁର ୬୩ ବର୍ଷୀୟ ରମେଶ ରଣସିଂ ଗତ ମାର୍ଚ୍ଚ ୩୧ ତାରିଖରେ ବାଇକ୍ ଯୋଗେ ଯାଉଥିବା ବେଳେ ବଡ଼ସିନ୍ଧବା ଗାଁ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବ୍ରହ୍ମପୁର ବଡ଼ ମେଡ଼ିକାଲ ଓ ପରେ ଶ୍ରୀକାକୁଲମର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଗତ ବୁଧବାର ଡାକ୍ତର ତାଙ୍କୁ ‘ବ୍ରେନ୍ ଡେଡ୍’ ବୋଲି ଘୋଷଣା କରିଥିଲେ।

ବାପାଙ୍କ ମୃତ୍ୟୁ ପରେ ମଧ୍ୟ ସେ ଅନ୍ୟମାନଙ୍କ ମଧ୍ୟରେ ଜୀବିତ ରୁହନ୍ତୁ, ଏହି ଉଦ୍ଦେଶ୍ୟ ରଖି ପରିବାର ପକ୍ଷରୁ ଅଙ୍ଗଦାନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରମେଶଙ୍କ ଲିଭର, କିଡନୀ ଓ ହାର୍ଟ ଦାନ କରାଯାଇଛି, ଯାହା ଅନ୍ୟ ରୋଗୀଙ୍କୁ ନୂତନ ଜୀବନ ଦେବାରେ ସହାୟକ ହେବ। ଏନେଇ ପୁଅ ବସନ୍ତ କୁମାର ରଣସିଂ କହିଛନ୍ତି ଯେ, “ବାପା ଆମକୁ ଛାଡି ଚାଲିଯାଇଥିଲେ ମଧ୍ୟ ତାଙ୍କ ଅଙ୍ଗଦାନ ପାଇଁ ଆମେ ଗର୍ବିତ।”

ରମେଶଙ୍କ ପଛରେ ୭ ଝିଅ ଓ ଜଣେ ପୁଅ ଥିବା ବେଳେ ତାଙ୍କ ବିୟୋଗରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଆଜି ଗାଁରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ଜିଲା ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସରକାରୀ ସମ୍ମାନର ସହ ଗାର୍ଡ ଅଫ ଅନର ଦିଆଯାଇଥିଲା। ଜଣେ ଚାଷୀ ତଥା ସମାଜସେବୀ ଭାବେ ରମେଶଙ୍କ ଏହି ବଳିଦାନ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri