୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ବରିଷ୍ଠ ନାଗରିକ ତଥା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆର ଅବସରପ୍ରାପ୍ତ ଅଧିକାରୀ ଭବାନୀ ଶଙ୍କର ରାୟ ସୂଚନା ଦେଇଛନ୍ତି। ୧୯୬୩ରେ ପେଟ୍ରୋଲ ଦରକୁ ନେଇ ଏକ ପୁରୁଣା ରସିଦ ମଧ୍ୟ ପ୍ରଦାନ କରିଛନ୍ତି। ଏଥିରେ ୫ ଲିଟର ପେଟ୍ରୋଲ ଦର ୩ ଟଙ୍କା ୬୦ ପଇସା ଲେଖା ଅଛି। ଅର୍ଥାତ୍‌ ଲିଟର ୭୨ ପଇସା ଥିଲା। ତଥାପି ଲୋକମାନଙ୍କୁ କିଣିବା ପାଇଁ ବାଧୁଥିଲା। ଏବେ ପେଟ୍ରୋଲ ଦର ଯେତେ ବଢ଼ିଲେ ବି ସୁଦ୍ଧା କିଣିବା କମୁ ନାହିଁ।ବ୍ୟାଟେରି ଗାଡ଼ି ପାଇଁ ପ୍ରୋତ୍ସାହନ ମିଳୁଥିଲେ ସୁଦ୍ଧା ପେଟ୍ରୋଲ ଗାଡ଼ିର ଚାହିଦା ଦିନକୁ ଦିନ ଅନ୍ୟ ଗାଡ଼ି ତୁଳନାରେ ବୃଦ୍ଧି ପାଉଛି ବୋଲି କଟକ ସଦର ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମର ଭବାନୀ ଶଙ୍କର ରାୟ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri