୬୩ ବର୍ଷର ସରକାରୀ ବିଦ୍ୟାଳୟ ଅବହେଳିତ

ନିମାପଡ଼ା,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଭୋଗଶାଳଦା ପଞ୍ଚାୟତର ବଡ଼ରିକିଲୋ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିର୍ମାଣକୁ ୬୩ ବର୍ଷ ପୂରିଲାଣି। ହେଲେ ଏହା ବିକାଶ ଆଢୁଆଳରେ ରହିଯାଇଛି। ୧୯୫୯ରେ ପ୍ରତିଷ୍ଠିତ ଏହି ପୁରାତନ ବିଦ୍ୟାଳୟଟି ପ୍ରଶାସନିକ ଉଦାସୀନତା ଏବଂ ସ୍ଥାନୀୟ ଲୋକପ୍ରତିନିଧିମାନଙ୍କ ଆନ୍ତରିକତା ଅଭାବରୁ ଅବହେଳିତ ହୋଇପଡ଼ିଛି। ଏପର୍ଯ୍ୟନ୍ତ ସ୍କୁଲ ରୁପାନ୍ତରକରଣ ଯୋଜନାରେ ଏହି ବିଦ୍ୟାଳୟକୁ ସାମିଲ କରାଯାଇ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଏଠାରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଶ୍ରେଣୀ ଥିବାବେଳେ ମୋଟ ୬୯ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପ୍ରଧାନ ଶିକ୍ଷକଙ୍କ ସମେତ ୫ ଶିକ୍ଷୟିତ୍ରୀ ଶିକ୍ଷକ ରହିଛନ୍ତି। ତେବେ ୮ଟି ଶ୍ରେଣୀ ନିମନ୍ତେ ମାତ୍ର ୨ଟି କୋଠରୀ ରହିଛି। ସେଥିରୁ ଗୋଟିଏ ଶ୍ରେଣୀରେ ୧ମ, ୨ୟ, ୩ୟ, ୫ମ ଶ୍ରେଣୀର ପିଲା ଏବଂ ଅନ୍ୟଟିରେ ୪ର୍ଥ, ୬ଷ୍ଠ, ୭ମ, ୮ମ ଶ୍ରେଣୀର ପିଲା ପଢୁଛନ୍ତି। ଶ୍ରେଣୀ କକ୍ଷରେ ମଧ୍ୟାହ୍ନଭୋଜନ ପାଇଁ ଚାଉଳ, ସଉଦା, ପନିପରିବା, ରନ୍ଧନ ଗ୍ୟାସ୍‌ ଆଦି ରଖାଯାଇଛି। ମଧ୍ୟାହ୍ନଭୋଜନ ରୋଷେଇ ପାଇଁ ଘର ନ ଥିବାରୁ ବିଦ୍ୟାଳୟ ବାରଣ୍ଡାରେ ଖାଦ୍ୟ ପ୍ରସ୍ତୁତ କରାଯାଉଛି। ବିଦ୍ୟାଳୟ ଚତୁଃପାର୍ଶ୍ୱରେ ସୁରକ୍ଷା ପ୍ରାଚୀର ନ ଥିବାରୁ ଏହାର ପରିସର ବୁଲା ଗୋରୁ, ଛେଳି, ମେଣ୍ଢାଙ୍କ ଲାଗି ଆଶ୍ରୟସ୍ଥଳୀ ପାଲଟିଛି। ଏଥିସହ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପାଇଁ କମନ୍‌ ରୁମ୍‌, ପିଲାଙ୍କ ପାଇଁ ଖେଳପଡ଼ିଆ, ଷ୍ଟୋର ରୁମ୍‌ ନ ଥିବାବେଳେ ସ୍କୁଲର ଭିତ୍ତିଭୂମି ଅତି ଶୋଚନୀୟ। ଏ ସମ୍ପର୍କରେ ଛାତ୍ରୀଛାତ୍ର ପ୍ରଭାତ କାଣ୍ଡି, ଆଇସା ଦାସ, ଅର୍ଚ୍ଚନା ଭୋଇ ଏବଂ ଦିବ୍ୟଜ୍ୟୋତି ବେହେରା ପ୍ରମୁଖଙ୍କୁ ପଚାରିବାରେ କହିଛନ୍ତି, ଆମ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ ଯୋଗୁ ପାଠପଢ଼ାରେ ସମସ୍ୟା ଉପୁଜୁଛି। ଗୋଟିଏ କୋଠରୀରେ ୪ଟି ଶ୍ରେଣୀର ପିଲା କଷ୍ଟେମଷ୍ଟେ ବସିବାକୁ ବାଧ୍ୟ ହେଉଛୁ। ସେହିପରି ଖେଳ ପଡ଼ିଆ ନ ଥିବାରୁ ଖେଳି ପାରୁନାହାନ୍ତି ବୋଲି ଏହି ଛାତ୍ରୀଛାତ୍ରମାନେ ପ୍ରକାଶ କରିଛନ୍ତି। ପ୍ରଶାସନ ପକ୍ଷରୁ ସ୍କୁଲର ମୌଳିକ ବିକାଶ ପାଇଁ ପଦକ୍ଷେପ ନିଆଯିବାକୁ ଗ୍ରାମବାସୀ ଦାବି କରିଛନ୍ତି। ସମସ୍ୟାଗୁଡ଼ିକର ସମାଧାନ ଲାଗି ଚେଷ୍ଟା ଚାଲିଛି ବୋଲି ବ୍ଲକ ଶିକ୍ଷା ଅଧିକାରୀ ଦ୍ୱିତୀକାନ୍ତ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri