ଚିନ୍ତା ବଢ଼ାଉଛି ଶିଶୁ ସଂକ୍ରମଣ: ଆଜି ରାଜ୍ୟରେ ୧୧୬ ପିଲା କରୋନା ପଜିଟିଭ୍‌

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ ବର୍ଗର। ୬୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୨ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୮ ଜଣ ଅଛନ୍ତି।

ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୪, ଭଦ୍ରକରୁ ୧୦, ବଲାଙ୍ଗିରରୁ ୩, ବୌଦ୍ଧରୁ ଜଣେ, ଦେବଗଡ଼ରୁ ୪, ଢେଙ୍କାନାଳରୁ ୧୨, ଗଜପତିରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୧, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ୪, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୦, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୭, ନୂଆପଡ଼ାରୁ ଜଣେ, ପୁରୀରୁ ୧୬, ରାୟଗଡ଼ାରୁ ୭, ସମ୍ବଲପୁରରୁ ୧୩ ଓ ସୁନ୍ଦରଗଡ଼ରୁ ୨୨ ଜଣ ଅଛନ୍ତି। ସେହିଭଳି ଷ୍ଟେଟ ପୁଲ୍‌ରୁ ୫୩ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳରୁ ଜଣେ ବି ଚିହ୍ନଟ ହୋଇ ନାହାନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୪୮ ଜଣ ସୁସ୍ଥ ହୋଇସାରିଛନ୍ତି। ୭,୦୨୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।