୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡ୍ସ ହ୍ରାସ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା’ ସହିତ ଉଚ୍ଚ ପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁ୍‌ଡ଼ିକ ପୂରଣ ହୋଇପାରିବ।

ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ। ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଚତୁର୍ଥ ସ୍ତରକୁ ପଦୋନ୍ନତି ପାଇବେ। ସେହିପରି ଚତୁର୍ଥ ସ୍ତରରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ତୃତୀୟ ସ୍ତରକୁ ପଦୋନ୍ନତି ପାଇବେ।

୫(ବି) ସ୍ତରରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେନ୍ସି ପିରିଅଡକୁ ଏକ ବର୍ଷରୁ ୬ ମାସକୁ ହ୍ରାସ କରାଯାଇଥିବା ବେଳେ ଚତୁର୍ଥ ସ୍ତରରୁ ତୃତୀୟ ସ୍ତରକୁ ପଦୋନ୍ନତି ପାଇଁ ରେସିଡେନ୍ସି ପିରିଅଡ ସୀମାକୁ ୨ ବର୍ଷରୁ ବର୍ଷେ କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ସଫଳତା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri