୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡ୍ସ ହ୍ରାସ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା’ ସହିତ ଉଚ୍ଚ ପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁ୍‌ଡ଼ିକ ପୂରଣ ହୋଇପାରିବ।

ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ। ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଚତୁର୍ଥ ସ୍ତରକୁ ପଦୋନ୍ନତି ପାଇବେ। ସେହିପରି ଚତୁର୍ଥ ସ୍ତରରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ତୃତୀୟ ସ୍ତରକୁ ପଦୋନ୍ନତି ପାଇବେ।

୫(ବି) ସ୍ତରରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେନ୍ସି ପିରିଅଡକୁ ଏକ ବର୍ଷରୁ ୬ ମାସକୁ ହ୍ରାସ କରାଯାଇଥିବା ବେଳେ ଚତୁର୍ଥ ସ୍ତରରୁ ତୃତୀୟ ସ୍ତରକୁ ପଦୋନ୍ନତି ପାଇଁ ରେସିଡେନ୍ସି ପିରିଅଡ ସୀମାକୁ ୨ ବର୍ଷରୁ ବର୍ଷେ କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ସଫଳତା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧।୧- ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଏବଂ ହିନ୍ଦୁସ୍ତାନ ଏରୋନେଟିକ୍‌ ଲିମିଟେଡ୍‌ (ହାଲ୍‌) ଦ୍ୱାରା ନିର୍ମିତ ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ(ସ) କ୍ଷେପଣାସ୍ତ୍ରକୁ...

ଜୁନ୍‌ ତୃତୀୟ ସପ୍ତାହରେ ମୌସୁମୀ

ଭୁବନେଶ୍ୱର,୧୪ା୪(ବ୍ୟୁରୋ):ଚଳିତ ବର୍ଷ ଦେଶରେ ଭଲ ବର୍ଷା ହେବ। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ବର୍ଷା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର...

ରାଜଧାନୀରେ ଡେଲିଭରି ବୟଙ୍କୁ ଅପହରଣ: ସ୍ତ୍ରୀଙ୍କୁ ଶେଷ ଥର କହିଥିଲେ‘ମୋତେ ବହୁତ ଡର ଲାଗୁଛି’

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରୁ ଶନିବାର ରାତିରେ ଜଣେ ଡେଲିଭରି ବୟଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ...

ରାତିରେ ପର ଘରେ ଆଶ୍ରୟ

ଚମ୍ପୁଆ, ୧।୫ (ଡି.ଏନ.ଏ.)-ଘର ଭାଙ୍ଗି ଯାଇଥିବାରୁ ଯେକୌଣସି ମୁହୂର୍ତ୍ତରେ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ଅର୍ଥ ଅଭାବ ଯୋଗୁ ଘରେ ଖଣ୍ଡେ କରିବା ତାଙ୍କ...

କରୋନା: ଓଡ଼ିଶାରେ ମୃତ୍ୟୁ ହାର ଜାତୀୟଠୁ କମ୍‌

ଭୁବନେଶ୍ୱର, ୧୬।୯ (ବ୍ୟୁରୋ) :ରାଜ୍ୟରେ କରୋନାସ୍ଥିତି ଅଣାୟତ୍ତ ସ୍ଥିତିରେ ରହିଛି। ସଂକ୍ରମଣ ସହ ମୃତ୍ୟୁ ମଧ୍ୟ ବଢ଼ୁଛି। ଶେଷ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩,୬୪୫ଜଣ...

ନୂଆ ସଂସ୍କୃତି ଆପଣାଅ: ବେଦାନ୍ତ

ଯାଜପୁର ଅଫିସ,୯ା୮(ହର୍ଷବର୍ଦ୍ଧନ ବେହେରା): ଅର୍ଥ ବଳରେ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ହାତରେ ରଖି କିଭଳି ଲୋକଙ୍କୁ ଦମନ କରାଯାଇପାରୁଛି ତାହାର ପଦ୍ଧତି ନିକଟରେ ବେଦାନ୍ତ କମ୍ପାନୀର...

ଦିନକରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୧୬୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ନୂତନ ଥାନା, ଫାଣ୍ଡି ଦାବିରେ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଅପରାଧ ବଢ଼ିଚାଲିଛି। ଏଥିସହିତ ରାଜ୍ୟରେ ପୋଲିସ କର୍ମଚାରୀଙ୍କ ଅଭାବ ରହିଛି। ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଦଳ...

Advertisement
Archives

Model This Week