୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର ଗାଡ଼ିକୁ ଅଟକାଇ ୬୩୧ କଇଁଛ ଜବତ କରିଛି। ସେଥିମଧ୍ୟରୁ ୭୦ଟି କଇଁଛ ମୃତ ଥିବା ଜଣାପଡ଼ିଛି।

ଚୋରାଚାଲାଣରେ ସମ୍ପୃକ୍ତ ଥିବା ୭ ଜଣ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଆନ୍ଧ୍ରପ୍ରଦେଶ କ୍ରିଷ୍ଣା ଜିଲାର ଅଶ୍ୱିନୀ କୁମାର, ଆଦିତ୍ୟ କୁମାର, ବୀରା କାବାସୀ, ସୁକୁମାର ତରଫଦାର, ଲକ୍ସମନ ମାଡକାମୀଙ୍କ ସହ ପଡିଆ ଅଞ୍ଚଳର ଯୁଗଳ ଚନ୍ଦ୍ର ଦେ, ଏମ୍‌ଭି ୧୨୯ର ଗୋପାଲ ରାୟ । ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ କୋର୍ଟ ଚାଲାଣ କରାଯାଇ ଥିବା ବନ ବିଭାଗ ସୂଚନା ଦିଆଯାଇଛି।

ଆନ୍ଧ୍ରରୁ ମାଲକାନଗିରି କଇଁଛ ଚାଲାଣ ହେଉଥିବା କୌଣସି ସୂତ୍ରରୁ ମୋଟୁ ବନ ବିଭାଗ ଖବର ପାଇଥିଲା। ରେଞ୍ଜର ତନୁଜା କାର୍ତ୍ତିକଙ୍କ ତତ୍ତ୍ୱାବଧାନରେ ଫରେଷ୍ଟର ମୁରଲିଧର ଅନୁଗୁଳିଆ, ଫରେଷ୍ଟ ଗାର୍ଡ ବାପି ମାଝୀ, ବନିତା ଦଳେଇ, ବାସୁଦେବ ବାସ୍କର ଏବଂ ଜଗା ମାଡିଙ୍କ ଦ୍ୱାରା ଏକ ସ୍ବତନ୍ତ୍ର ଟିମ୍‌ ଜିଲାର ସୀମାନ୍ତ ମୋଟୁସ୍ଥିତ କାଲେରୁ ବ୍ରିଜ୍‌ ନିକଟରେ ଜଗି ରହିଥିଲେ। ଏହି ସମୟରେ ଆନ୍ଧ୍ର ଆଡୁ ଏକ ବୋଲେରୋ ପିକ୍‌ଅପ୍‌ ଦ୍ରୁତ ଗତିରେ ଆସୁଥିବାବେଳେ ସେମାନେ ଗାଡିକୁ ଅଟକାଇ ଯାଞ୍ଚ କରିବାରୁ ସେଥିରେ କଇଁଛ ଥିବା ଜଣାପଡ଼ିଥିଲା। ବୋଲେରୋ ପିକ୍‌ଅପ୍‌ ସହ ୨ଟି ମୋଟରସାଇକେଲ ଜବତ କରିବା ସହ ୭ ଅଭିଯୁକ୍ତଙ୍କୁ ଗିରଫକରି ଏମ୍‌ଭି ୭୯ ବନ ବିଭାଗ କାର୍ଯ୍ୟାଳୟକୁ ଆଣିଥିଲେ। ଏମ୍‌ଭି ୭୯ ପ୍ରାଣୀ ଚିକିତ୍ସାଳୟରେ ଡାକ୍ତର ବନାନୀ ହାଲ୍‌ଦାର ଓ ଏଲ୍‌. ଆଇ. ସୁଖରଞ୍ଜନ ବୈଦ୍ୟ ଜବତ କଇଁଛଗୁଡ଼ିକ ସ୍ବାସ୍ଥ୍ୟ ପରୀକ୍ଷା ପରେ ମାଲକାନଗିରି ସତିଗୁଡା ଡ୍ୟାମ୍‌ଠାରେ ଛଡ଼ାଯିବ ବୋଲି ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?