ପଦୋନ୍ନତି ପାଇବେ ୬୩,୩୦୩ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ। ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍‌ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ। ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀଗୁଡ଼ିକ ମଧ୍ୟ ପୂରଣ ହେବ। ଶିକ୍ଷକ ପଦବର ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ପରିଚାଳନା ସହିତ ଶୈକ୍ଷିକ ପରିବେଶରେ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭଲ-୪କୁ ପଦୋନ୍ନତି ପାଇବେ। ଏହାସହିତ ଲେଭଲ ୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ସୁଦ୍ଧା ଲେଭଲ-୩ କୁ ପଦୋନ୍ନତି ପାଇବେ। ଲେଭଲ-୫(ବି)ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ ରେସିଡେନ୍ସି ପିରିୟଡକୁ ୧ ବର୍ଷରୁ ୬ ମାସ କରାଯାଇଥିବା ବେଳେ ଲେଭଲ-୪ରୁ ଲେଭଲ-୩କୁ ପଦୋନ୍ନତି ପାଇବା ପାଇଁ ରେସିଡେନ୍ସି ପିରିୟଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି।
ସୂଚନାଯୋଗ୍ୟ ଯେ, ୨୦୧୯ରେ ପ୍ରାଥମିକ ଶିକ୍ଷକମାନଙ୍କ କ୍ୟାଡର ପୁନର୍ଗଠନ କରାଯାଇ ଲେଭଲ-୪ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭଲ-୩ରେ ଥିବା ୯୩୦୫ ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଦୋନ୍ନତି ପାଇବାକୁ ଯାଉଥିବା ସମସ୍ତ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri