୬୩, ୫୦୦ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଏଣିକି ଜିଲା ଶିକ୍ଷା ଅଧିକାରୀମାନେ ସମ୍ପୃକ୍ତ ଜିଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟା ତଦାରଖ କରିବେ। ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷାବେଳେ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର ଜିଲା ଶିକ୍ଷାଧିକାରୀ ଏବଂ ଜିଲା ପ୍ରକଳ୍ପ ସଂଯୋଜକ, ସମଗ୍ର ଶିକ୍ଷାଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରମୁଖ ଶାସନ ସଚିବ ଅଧ୍ୟକ୍ଷତା କରିଥିଲେ। ସେପ୍ଟେମ୍ବର ସୁଦ୍ଧା ୬୩,୫୦୦ ଶିକ୍ଷକ ପଦୋନ୍ନତି ଖସଡ଼ା ପ୍ରସ୍ତୁତ କରାଯାଇଛି। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ବିଭିନ୍ନ ବର୍ଗରେ ଥିବା ୬୩,୫୦୦ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି କରାଇବେ। ମାଧ୍ୟମିକ ଶିକ୍ଷକ ନିଯୁକ୍ତି ପାଇଁ ସେପ୍ଟେମ୍ବର ୧ରେ ହେବାକୁ ଥିବା ଓଡ଼ିଶା ମାଧ୍ୟମିକ ଶିକ୍ଷା ଯୋଗ୍ୟତା ପରୀକ୍ଷା (ଓଏସ୍‌ଟିଇଟି) ସୁପରିଚାଳନା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଏହି ପରୀକ୍ଷା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା କରାଯିବ। ଏହାର ଉପଯୁକ୍ତ ପରିଚାଳନା ପାଇଁ ଜିଲା ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଣିକି ନିରନ୍ତର ଭାବେ ଶିକ୍ଷାର୍ଥୀଙ୍କ ମୂଲ୍ୟାୟନ ପାଇଁ ୟୁନିଟ୍‌ ଟେଷ୍ଟ କରାଯିବ। ତେଣୁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ଜିଲା ରିସୋର୍ସ ଗ୍ରୁପ୍‌ ଜରିଆରେ ପ୍ରଧାନଶିକ୍ଷକମାନଙ୍କ ପ୍ରଶିକ୍ଷଣ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛି।
ସେହିପରି ରାଜ୍ୟର ୧,୧୨୩ ହାଇସ୍କୁଲରେ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି। ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ସ୍ମାର୍ଟ କ୍ଲାସ/ଇ-ଲାଇବ୍ରେରୀ/ଲାବୋରେଟୋରୀକୁ ବ୍ୟାପକ ଭାବେ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ପ୍ରତି ଜିଲା ସ୍ତରରେ ସ୍ବତନ୍ତ୍ର ଭାବେ ଇ-କଣ୍ଟେଟ୍‌ ସମୃଦ୍ଧ କରାଯିବ। ସ୍କୁଲ ରକ୍ଷଣାବେକ୍ଷଣ ସହ ମଧ୍ୟାହ୍ନ ଭୋଜନ, ରୋଷେଇ ଓ ବଗିଚା କାର୍ଯ୍ୟର ଦାୟିତ୍ୱ ପ୍ରାୟ ୧୫ ହଜାର ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ସଦସ୍ୟାଙ୍କୁ ଦିଆଯିବ। ସମସ୍ତ ବିଦ୍ୟାଳୟ କୋଠା ଏକ ପ୍ରକାର ରଙ୍ଗ ହେବ। ଆଗାମୀ ବର୍ଷଠାରୁ ଆଦର୍ଶ ବିଦ୍ୟାଳୟରେ ଯେପରି ଶତ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ ହେବେ ସେଥିପାଇଁ ପଦକ୍ଷେପ ନେବାକୁ ଅଧ୍ୟକ୍ଷମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।
ଚଳିତ ବର୍ଷଠାରୁ ନବମ ଓ ଦଶମ ଶ୍ରେଣୀ ସାହିତ୍ୟ ବହିରେ ଛାତ୍ରୀଛାତ୍ରଙ୍କ ଜାତୀୟତାବୋଧ ପାଇଁ ‘ବନ୍ଦେ ଉତ୍କଳ ଜନନୀ’ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି। ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଲାଭକୁ ଛାତ୍ରୀଛାତ୍ରଙ୍କ ପାଖରେ ପହଞ୍ଚାଇବା ପାଇଁ ଜିଲା ଶିକ୍ଷାଧିକାରୀମାନେ ସେମାନଙ୍କ ମୋବାଇଲ୍‌ ନମ୍ବର ସଂଗ୍ରହ କରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଏକାଦଶ ଏବଂ ଦ୍ବାଦଶ ଶ୍ରେଣୀ ଥିବାରୁ ଶିକ୍ଷା ଅଧିକାରୀମାନେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର କାର୍ଯ୍ୟ ତଦାରଖ ସହ ବିଭାଗୀୟ ନିର୍ଦ୍ଦେଶ ପ୍ରତିପାଳନ କରିବେ। ଅତିରିକ୍ତ ଜିଲା ଶିକ୍ଷାଧିକାରୀ (ଯୋଜନା) ଏଥିପାଇଁ ନୋଡାଲ ଅଧିକାରୀ ରହିବେ। ମଧ୍ୟାହ୍ନ ଭୋଜନ ନିମନ୍ତେ ଜିଲା ଶିକ୍ଷାଧିକାରୀମାନେ ଚାଉଳ ଉଠାଇବା ପାଇଁ ପ୍ରମୁଖ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri