ଶିକ୍ଷୟିତ୍ରୀଙ୍କ ଗହଣା ଲୁଟିନେବା ପରେ ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୬ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ବୋମା ମାଡ଼, ହତ୍ୟା ଉଦ୍ୟମ, ଲୁଟ, ଛିନ୍‌ତାଇ ଭଳି ଘଟଣା ସମ୍ପୃକ୍ତ ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହେଉଛି। ଗୁରୁବାର ସ୍ବାଧୀନତା ଦିବସ ପାଳନ ପାଇଁ ବିଦ୍ୟାଳୟକୁ ଯାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଲୁଟ୍‌ ପରେ ବଳାତ୍କାର ଉଦ୍ୟମ ହୋଇଛି। ଦୁର୍ବୃତ୍ତଜଣକ ଶିକ୍ଷୟିତ୍ରୀଙ୍କଠାରୁ ଗହଣା ଲୁଟିନେବାପରେ ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ ଦିଗପହଣ୍ଡି ଥାନାରେ ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ଏତଲା ଅନୁଯାୟୀ, ବ୍ରହ୍ମପୁର ଅଞ୍ଚଳର ଜଣେ ଶିକ୍ଷୟିତ୍ରୀ ଗୁରୁବାର ସକାଳେ ସ୍ବାଧୀନତା ଦିବସ ପାଳନ ପାଇଁ ଦିଗପହଣ୍ଡି ଥାନା ଅଞ୍ଚଳରେ ଶିକ୍ଷାଦାନ କରୁଥିବା ବିଦ୍ୟାଳୟକୁ ସ୍କୁଟି ଯୋଗେ ଯାଉଥିଲେ। ସକାଳ ପ୍ରାୟ ୮ଟାରେ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଜଣେ ଦୁର୍ବୃତ୍ତ ବାଇକରେ ଆସି ତାଙ୍କୁ ଅଟକାଇ ଆକ୍ରମଣ କରିବା ସହ ୩ ଭରି ଓଜନର ସୁନାହାର ଓ କାନଫୁଲ ଲୁଟି ନେଇଥିଲେ। ସେ ଏହାର ପ୍ରତିବାଦ କରିବାରୁ ଦୁର୍ବୃତ୍ତ ଜଣକ ତାଙ୍କୁ ବୁଦା ମୂଳକୁ ଟାଣିନେଇ ବଳାତ୍କାର ଉଦ୍ୟମ କରିଥିଲେ। ଏପରିକି ତଣ୍ଟି ଚିପି ହତ୍ୟା ଉଦ୍ୟମ ମଧ୍ୟ କରିଥିବା ଏତଲାରେ ଉଲ୍ଲେଖ ରହିଛି। ମାତ୍ର ଶିକ୍ଷୟିତ୍ରୀ ଜଣଙ୍କ କୌଶଳକ୍ରମେ ଦୁର୍ବୃତ୍ତଙ୍କ କବଳରୁ ଖସିଆସି ନିକଟରେ ଥିବା ଗଁା ଆଡକୁ ଦୌଡିଥିଲେ। ଫଳରେ ଦୁର୍ବୃତ୍ତ ଜଣକ ଘଟଣାସ୍ଥଳରୁ ବାଇକ ଯୋଗେ ଚମ୍ପଟ ମାରିଥିଲେ। ଘଟଣା ସମ୍ପର୍କରେ ଶିକ୍ଷୟିତ୍ରୀ ଜଣଙ୍କ ଘରକୁ ଫୋନ କରି ଜଣାଇଥିଲେ। ପରିବାର ଲୋକେ ପହଞ୍ଚତ୍ ତାଙ୍କୁ ନିକଟସ୍ଥ ଡ଼ାକ୍ତରଖାନାକୁ ନେଇଥିଲେ। ଚିକିତ୍ସା ପରେ ଶିକ୍ଷୟିତ୍ରୀ ଜଣକ ତାଙ୍କ ସ୍ବାମୀଙ୍କ ସହ ଯାଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଆଇଆଇସି ଗୌରାଙ୍ଗ ଚରଣ ସାହୁ ନଂ.୧୪୯/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛନ୍ତି। ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ ଓ ଆଇଆଇସି ସାହୁ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ସରଜମିନ ତଦନ୍ତ କରିବା ସହ ଶିକ୍ଷୟିତ୍ରୀଙ୍କ ବୟାନ ରେକର୍ଡ କରିଛନ୍ତି। ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କ ପତ୍ତା ମିଳିପାରିନାହିଁ।


All Right Reserved By Dharitri.Com

ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଗୁରୁତର

କୋରେଇ,୧୮ା୯(ସ୍ବ:ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ଧନତ୍ରୀ ଗ୍ରାମରେ ମଙ୍ଗଳବାର ପାରିବାରିକ ଗଣ୍ଡଗୋଳ ଘଟିଛି। ଏଥିରେ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି।...

ଘରେ ପଶିଲା ବର୍ଷା ପାଣି

ଛେଣ୍ଡିପଦା, ୮ା୯(ଡି.ଏନ.ଏ.) – ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ତିନି ଦିନ ଧରି ବର୍ଷା ଲାଗି ରହିଛି। ଏଥିଯୋଗୁ ଜରପଡା ଥାନା ତୁକୁଡା ଗ୍ରାମର ଅନେକଙ୍କ ଘରେ...

ଦୁଇ ମୋବାଇଲ୍‌ ଲୁଟେରା ଗିରଫ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଜେନାପଦା ଅଞ୍ଚଳରୁ ପୋଲିସ ଦୁଇ ମୋବାଇଲ ଲୁଟେରାଙ୍କୁ ଗିରଫ କରିଛି। ଜଣେ କଲେଜ ଛାତ୍ରଙ୍କ ଅଭିଯୋଗକୁ ଆଧାର...

ସ୍ବେଚ୍ଛାସେବୀ, ଗଁ। ର ଲୋକ୍‌ ମିଶି ତିଆର କଲେ ରାସ୍‌ତା: ଅଭିଶାପ ପାଲଟିଛେ ଗଁବାସୀକର ଜୀବନ୍‌

ରେଙ୍ଗାଲି, ୨୭।୮ (ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଖିଣ୍ଡା ପଁଚେତ୍‌ ଅଧୀନ ବୁଧିଆପାଲି ଗଁାର ସ୍କୁଲକେ ସଂଯୋଗ କରୁଥିବାର ରାସ୍‌ତାକେ ମାତୃଭୂମୀ ସ୍ବେଚ୍ଛାସେବୀ ସଂଗଠନ...

ଭୁଶୁଡିଲା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସ କୋଠା

ବ୍ରହ୍ମପୁର ଅଫିସ,୨୫ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁରୁବାର ଅପରାହ୍ନରେ ଘଟିଛି ଏକ ବଡ ଦୁର୍ଘଟଣା ା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ପରିସରସ୍ଥ ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ କୋଠାର...

ସୁବର୍ଣ୍ଣପୁର ରିଂରୋଡ: ଅବଧି ସରିଲାଣି, ନିର୍ମାଣ କାମ ସରୁନି

ସୋନପୁର, ୫।୧୨(ନି.ପ୍ର.) ସୁବର୍ଣ୍ଣପୁର ସହରର ତିନିପାର୍ଶ୍ୱକୁ ଘେରି ରହିଛି ମହାନଦୀ ଓ ତେଲନଦୀ। ବର୍ଷା ଋତୁରେ ଏହି ସହରକୁ ବନ୍ୟାଦାଉରୁ ରକ୍ଷା କରିବା ପାଇଁ ନଦୀବନ୍ଧ...

ବିପଦସଙ୍କୁଳ ଅବସ୍ଥାରେ ଟ୍ରାନ୍ସଫର୍ମର : ଅଭିଯୋଗ ସତ୍ତ୍ୱେ ଧ୍ୟାନ ଦେଉନାହାନ୍ତି ଅଧିକାରୀ

କେସିଙ୍ଗା,୧୨।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଲ୍‌ଓ୍ବେ ଗେଟ୍‌ ନିକଟରେ ୧୦୦ କେଭି ବିଶିଷ୍ଟ ବିଦ୍ୟୁତ୍‌ ଟାନ୍ସଫର୍ମର ସ୍ଥାପନ କରାଯାଇଛି। ଜାତୀୟ ରାଜପଥର ପୂର୍ବ ଦିଗରେ...

ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକଙ୍କ ଏତଲା କ୍ରମେ ଦିଗପହଣ୍ଡି...

Leave a comment

Your email address will not be published. Required fields are marked *