କେନ୍ଦୁଝର ଜିଲାକୁ ୬୩୯ କୋଟି

କେନ୍ଦୁଝର, ୨୪ା୯(ସ୍ବ.ପ୍ର.): ଜଙ୍ଗଲ ଓ ପାହାଡ଼ ପରିବେଷ୍ଟିତ ଭୌଗୋଳିକ ସ୍ଥିତି ପାଇଁ ପାରମ୍ପାରିକ ପ୍ରବାହମାନ ଜଳସେଚନ ପଦ୍ଧତି ଦ୍ୱାରା ଜଳସେଚନ ସୁବିଧା ହେଉ ନ ଥିବାରୁ ପାହାଡ଼ିଆ ଅଞ୍ଚଳ ଚାଷ କ୍ଷେତ୍ରରେ ପଛେଇ ଯାଉଛି। ଏହି ତାରତମ୍ୟ ଦୂର କରିବା ପାଇଁ ରାଜ୍ୟ ସରକାର ପାର୍ବତାଗିରି ବୃହତ ଉଠା ଜଳସେଚନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ସମୁଦାୟ ୧୦, ୭୫୯ କୋଟି ୨୦ ଲକ୍ଷ ବ୍ୟୟବରାଦ ହୋଇଥିବା ବେଳେ ବିଭିନ୍ନ ନଦୀ, ଝରଣା, ଜଳଭଣ୍ଡାର ତଥା କେନାଲରୁ ଜଳ ଉତ୍ତୋଳନ କରାଯାଇ ୨,୬୩,୮୦୧ ହେକ୍ଟର ଜମିକୁ ଜଳସେଚନ ସୁବିଧା ହେବ। ପ୍ରକଳ୍ପରେ କେନ୍ଦୁଝର ଜିଲା ପାଇଁ ୬୩୯କୋଟି ମଞ୍ଜୁର କରାଯାଇଛି ବୋଲି ଜିଲା ଦଳୀୟ କାର୍ଯ୍ୟାଳୟରେ ଶୁକ୍ରବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ପକ୍ଷରୁ କୁହାଯାଇଛି ।
ଅନ୍ତର୍ଗତ କେନ୍ଦୁଝର ଜିଲାରେ ଆନନ୍ଦପୁର ବାମ ମୁଖ୍ୟ କେନାଲ, ବିଦ୍ୟାଧରପୁର ଆନିକଟ, ହଦଗଡ଼ ଜଳଭଣ୍ଡାର ଓ ବ୍ରାହ୍ମଣୀ ନଦୀରୁ ଜଳ ଉତ୍ତୋଳନ କରି ୧୭ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନ ହେବ। ପ୍ରକଳ୍ପ ଗୁଡ଼ିକର ବିଦ୍ୟୁତ୍‌ ସଂଯୋଗୀକରଣ ଓ ୧୫ ବର୍ଷ ରକ୍ଷଣାବେକ୍ଷଣ ପାଇଁ ପ୍ରସ୍ତାବ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଜିଲାର ୧୪ ଟି ପ୍ରକଳ୍ପ ପାଇଁ ୬୩୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ୩୬ ମାସ ମଧ୍ୟରେ ପ୍ରକଳ୍ପ କାମ ସରିବ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ୱାର ଆନନ୍ଦପୁର ନିର୍ବାଚନମଣ୍ଡଳୀର ହାଟଡ଼ିହି, ଆନନ୍ଦପୁର ବ୍ଲକ, ଘଷିପୁରା ନିର୍ବାଚନ ମଣ୍ଡଳୀର ଘଷିପୁରା ବ୍ଲକ୍‌ର ଚାଷୀମାନେ ଉପକୃତ ହୋଇପାରିବେ। ଏଥିରେ ପାରମ୍ପାରିକ ଧାନ ଫସଲ ସହିତ ଅର୍ଥକାରୀ ଫସଲ କରିବା ପାଇଁ ଚାଷୀମାନେ ଉତ୍ସାହିତ ହେବେ ଏବଂ ସେମାନଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ହୋଇପାରିବ ବୋଲି ଉପସ୍ଥିତ ବିଜେଡି ନେତୃବୃନ୍ଦ ସୂଚନା ଦେଇଛନ୍ତି। ବିଜେଡି ଜିଲା ସଭାପତି ମାଧବ ସର୍ଦ୍ଦାରଙ୍କ ଅଧ୍ୟକ୍ଷତାରେ ସମ୍ମିଳନୀରେ ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଭାଗୀରଥୀ ସେଠୀ, ପାଟଣା ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାୟକ, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ସଭ୍ୟ ଆଶିଷ ଚକ୍ରବର୍ତ୍ତୀ, ସମବାୟବିତ୍‌ କାନନ ବିହାରୀ ପହି, ପୌରାଧ୍ୟକ୍ଷ ବରଦା ପ୍ରସନ୍ନ ଦାସ, ମୀନା ମାଝୀ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri