କେନ୍ଦୁଝର ଜିଲାକୁ ୬୩୯ କୋଟି

କେନ୍ଦୁଝର, ୨୪ା୯(ସ୍ବ.ପ୍ର.): ଜଙ୍ଗଲ ଓ ପାହାଡ଼ ପରିବେଷ୍ଟିତ ଭୌଗୋଳିକ ସ୍ଥିତି ପାଇଁ ପାରମ୍ପାରିକ ପ୍ରବାହମାନ ଜଳସେଚନ ପଦ୍ଧତି ଦ୍ୱାରା ଜଳସେଚନ ସୁବିଧା ହେଉ ନ ଥିବାରୁ ପାହାଡ଼ିଆ ଅଞ୍ଚଳ ଚାଷ କ୍ଷେତ୍ରରେ ପଛେଇ ଯାଉଛି। ଏହି ତାରତମ୍ୟ ଦୂର କରିବା ପାଇଁ ରାଜ୍ୟ ସରକାର ପାର୍ବତାଗିରି ବୃହତ ଉଠା ଜଳସେଚନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ସମୁଦାୟ ୧୦, ୭୫୯ କୋଟି ୨୦ ଲକ୍ଷ ବ୍ୟୟବରାଦ ହୋଇଥିବା ବେଳେ ବିଭିନ୍ନ ନଦୀ, ଝରଣା, ଜଳଭଣ୍ଡାର ତଥା କେନାଲରୁ ଜଳ ଉତ୍ତୋଳନ କରାଯାଇ ୨,୬୩,୮୦୧ ହେକ୍ଟର ଜମିକୁ ଜଳସେଚନ ସୁବିଧା ହେବ। ପ୍ରକଳ୍ପରେ କେନ୍ଦୁଝର ଜିଲା ପାଇଁ ୬୩୯କୋଟି ମଞ୍ଜୁର କରାଯାଇଛି ବୋଲି ଜିଲା ଦଳୀୟ କାର୍ଯ୍ୟାଳୟରେ ଶୁକ୍ରବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ପକ୍ଷରୁ କୁହାଯାଇଛି ।
ଅନ୍ତର୍ଗତ କେନ୍ଦୁଝର ଜିଲାରେ ଆନନ୍ଦପୁର ବାମ ମୁଖ୍ୟ କେନାଲ, ବିଦ୍ୟାଧରପୁର ଆନିକଟ, ହଦଗଡ଼ ଜଳଭଣ୍ଡାର ଓ ବ୍ରାହ୍ମଣୀ ନଦୀରୁ ଜଳ ଉତ୍ତୋଳନ କରି ୧୭ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନ ହେବ। ପ୍ରକଳ୍ପ ଗୁଡ଼ିକର ବିଦ୍ୟୁତ୍‌ ସଂଯୋଗୀକରଣ ଓ ୧୫ ବର୍ଷ ରକ୍ଷଣାବେକ୍ଷଣ ପାଇଁ ପ୍ରସ୍ତାବ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଜିଲାର ୧୪ ଟି ପ୍ରକଳ୍ପ ପାଇଁ ୬୩୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ୩୬ ମାସ ମଧ୍ୟରେ ପ୍ରକଳ୍ପ କାମ ସରିବ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ୱାର ଆନନ୍ଦପୁର ନିର୍ବାଚନମଣ୍ଡଳୀର ହାଟଡ଼ିହି, ଆନନ୍ଦପୁର ବ୍ଲକ, ଘଷିପୁରା ନିର୍ବାଚନ ମଣ୍ଡଳୀର ଘଷିପୁରା ବ୍ଲକ୍‌ର ଚାଷୀମାନେ ଉପକୃତ ହୋଇପାରିବେ। ଏଥିରେ ପାରମ୍ପାରିକ ଧାନ ଫସଲ ସହିତ ଅର୍ଥକାରୀ ଫସଲ କରିବା ପାଇଁ ଚାଷୀମାନେ ଉତ୍ସାହିତ ହେବେ ଏବଂ ସେମାନଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ହୋଇପାରିବ ବୋଲି ଉପସ୍ଥିତ ବିଜେଡି ନେତୃବୃନ୍ଦ ସୂଚନା ଦେଇଛନ୍ତି। ବିଜେଡି ଜିଲା ସଭାପତି ମାଧବ ସର୍ଦ୍ଦାରଙ୍କ ଅଧ୍ୟକ୍ଷତାରେ ସମ୍ମିଳନୀରେ ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଭାଗୀରଥୀ ସେଠୀ, ପାଟଣା ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାୟକ, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ସଭ୍ୟ ଆଶିଷ ଚକ୍ରବର୍ତ୍ତୀ, ସମବାୟବିତ୍‌ କାନନ ବିହାରୀ ପହି, ପୌରାଧ୍ୟକ୍ଷ ବରଦା ପ୍ରସନ୍ନ ଦାସ, ମୀନା ମାଝୀ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri