ଗଞ୍ଜାମରେ ଜିଲାସ୍ତରୀୟ ୬୩ତମ ପୋଲିସ ସ୍ମୃତି ଦିବସ

ଛତ୍ରପୁର,୨୧ା୧୦(ଡି.ଏନ୍‌.ଏ.): ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆଠାରେ ଗଞ୍ଜାମ ପୋଲିସ ପକ୍ଷରୁ ଜିଲାସ୍ତରୀୟ ୬୩ତମ ପୋଲିସ ସ୍ମୃତି ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ପରେଡରେ ଗଞ୍ଜାମ ଏସ୍‌ପି ବିଜ୍ରେଶ କୁମାର ରୟ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ଚଳିତ ବର୍ଷ ଦେଶ ମାତୃକାର ସେବା ପାଇଁ ପାଣବଳି ଦେଇଥିବା ୨୬୫ ଜଣ ପୋଲିସ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କ ନାମ ପଠନ କରିଥିଲେ। ସେଥିରୁ ଓଡ଼ିଶାର ୩ ଜଣ ଶହୀଦ ହୋଇଛନ୍ତି। ୧୯୫୯ ମସିହା ଅକ୍ଟୋବର ୨୧ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳର କିଛି ଯବାନ ଇଣ୍ଡୋ ତିବତିଆନ ସୀମାରୋଖାରେ ପାଟ୍ରୋଲିଂ କରୁଥିବା ସମୟରେ ଚାଇନା ସେନାଙ୍କ ଆକ୍ରମଣରେ ୧୦ ଜଣ ଯବାନ ଶହୀଦ ହୋଇଥିଲେ।ସେହି ବର୍ଷ ଠାରୁ ପ୍ରତ୍ୟେକ ବର୍ଷ ପୋଲିସ ବିଭାଗରେ କାର୍ଯ୍ୟରତ ଅବସ୍ଥାରେ ଦେଶ ଓ ରାଜ୍ୟ ପାଇଁ ବଳିଦାନ ଦେଉଥିବା ପୋଲିସ କର୍ମଚାରୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହି ଦିବସ ପାଳନ ହୋଇ ଆସୁଅଛି । ଏମାନଙ୍କ ସ୍ମୃତି ଉଦେଶ୍ୟରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରୁ ଆସିଥିବା ବାର୍ତ୍ତା ଏସ୍‌ପି ପଠନ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଦେଶ ସେବା ପାଇଁ ପ୍ରାଣବଳି ଦେଇଥିବା ବୀର ପୋଲିସମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍‌ପି ବିଜୟ କୁମାର ମଲ୍ଲିକ, ଡିଏସ୍‌ପି ଅଜୟ କୁମାର ମିଶ୍ର, ସୁଜିତ କୁମାର ନାୟକ,ମମତା ନାୟକ,ଏସ୍‌ଡିପିଓ ଗୌତମ କିଷାନ, କମାଡାଣ୍ଟ ମାନସ ରଞ୍ଜନ ମହାନ୍ତି,ସର୍ଜେଣ୍ଟ ସଞ୍ଜୟ କୁମାର ବାରିକ, ଛତ୍ରପୁର ଥାନାଧିକାରୀ ସତ୍ୟରଞ୍ଜନ ପ୍ରଧାନ, ଏ.ରାବଣା ରାଓ, ପୋଲିସ ହାବିଲଦାର ସଂଘ ସଭାପତି ଅଭିମନ୍ୟୁ ଜାଲି, ସମ୍ପାଦକ ସୁବାସ ଚନ୍ଦ୍ର ସେଠୀ, କୋଷାଧ୍ୟକ୍ଷ ନରେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପରେଡକୁ ଆର୍‌ଆଇ ଅମୂଲ୍ୟ ନାୟକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri