ଗଞ୍ଜାମରେ ଜିଲାସ୍ତରୀୟ ୬୩ତମ ପୋଲିସ ସ୍ମୃତି ଦିବସ

ଛତ୍ରପୁର,୨୧ା୧୦(ଡି.ଏନ୍‌.ଏ.): ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆଠାରେ ଗଞ୍ଜାମ ପୋଲିସ ପକ୍ଷରୁ ଜିଲାସ୍ତରୀୟ ୬୩ତମ ପୋଲିସ ସ୍ମୃତି ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ପରେଡରେ ଗଞ୍ଜାମ ଏସ୍‌ପି ବିଜ୍ରେଶ କୁମାର ରୟ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ଚଳିତ ବର୍ଷ ଦେଶ ମାତୃକାର ସେବା ପାଇଁ ପାଣବଳି ଦେଇଥିବା ୨୬୫ ଜଣ ପୋଲିସ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କ ନାମ ପଠନ କରିଥିଲେ। ସେଥିରୁ ଓଡ଼ିଶାର ୩ ଜଣ ଶହୀଦ ହୋଇଛନ୍ତି। ୧୯୫୯ ମସିହା ଅକ୍ଟୋବର ୨୧ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳର କିଛି ଯବାନ ଇଣ୍ଡୋ ତିବତିଆନ ସୀମାରୋଖାରେ ପାଟ୍ରୋଲିଂ କରୁଥିବା ସମୟରେ ଚାଇନା ସେନାଙ୍କ ଆକ୍ରମଣରେ ୧୦ ଜଣ ଯବାନ ଶହୀଦ ହୋଇଥିଲେ।ସେହି ବର୍ଷ ଠାରୁ ପ୍ରତ୍ୟେକ ବର୍ଷ ପୋଲିସ ବିଭାଗରେ କାର୍ଯ୍ୟରତ ଅବସ୍ଥାରେ ଦେଶ ଓ ରାଜ୍ୟ ପାଇଁ ବଳିଦାନ ଦେଉଥିବା ପୋଲିସ କର୍ମଚାରୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହି ଦିବସ ପାଳନ ହୋଇ ଆସୁଅଛି । ଏମାନଙ୍କ ସ୍ମୃତି ଉଦେଶ୍ୟରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରୁ ଆସିଥିବା ବାର୍ତ୍ତା ଏସ୍‌ପି ପଠନ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଦେଶ ସେବା ପାଇଁ ପ୍ରାଣବଳି ଦେଇଥିବା ବୀର ପୋଲିସମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍‌ପି ବିଜୟ କୁମାର ମଲ୍ଲିକ, ଡିଏସ୍‌ପି ଅଜୟ କୁମାର ମିଶ୍ର, ସୁଜିତ କୁମାର ନାୟକ,ମମତା ନାୟକ,ଏସ୍‌ଡିପିଓ ଗୌତମ କିଷାନ, କମାଡାଣ୍ଟ ମାନସ ରଞ୍ଜନ ମହାନ୍ତି,ସର୍ଜେଣ୍ଟ ସଞ୍ଜୟ କୁମାର ବାରିକ, ଛତ୍ରପୁର ଥାନାଧିକାରୀ ସତ୍ୟରଞ୍ଜନ ପ୍ରଧାନ, ଏ.ରାବଣା ରାଓ, ପୋଲିସ ହାବିଲଦାର ସଂଘ ସଭାପତି ଅଭିମନ୍ୟୁ ଜାଲି, ସମ୍ପାଦକ ସୁବାସ ଚନ୍ଦ୍ର ସେଠୀ, କୋଷାଧ୍ୟକ୍ଷ ନରେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପରେଡକୁ ଆର୍‌ଆଇ ଅମୂଲ୍ୟ ନାୟକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri