୧୦୨ ମଣ୍ଡିରେ ଧାନ ବିକିବେ ୬୪, ୩୨୬ ଚାଷୀ

ବାରିପଦା ଅଫିସ,୧୧ା୧୧: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ଡିସେମ୍ବର ୨୦ରୁ ଚାଷୀଙ୍କଠାରୁ ଖରିଫ ଧାନ କ୍ରୟ ଆରମ୍ଭ ହେବ। ଏଥି ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟିର ଏକ ବୈଠକ ବାରିପଦା ମୁର୍ଗାବାଡ଼ିସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ଜିଲାପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା, ମୋରଡ଼ା ବିଧାୟକ ରାଜକିଶୋର ଦାସ, ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ, ଆଦିବାସୀ ବ୍ୟାପର ଓ ଜଳଶକ୍ତି ମନ୍ତ୍ରୀଙ୍କ ପ୍ରତିନିଧିଙ୍କ ସମେତ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେନ୍ଦ୍ର ପାଢୀ, ଡିଆର୍‌ସିଏସ୍‌, ଜିଲା ମୁଖ୍ୟ କୃଷି ଅଧିକାରୀ, ଜିଲାର ସମସ୍ତ ଅତିରିକ୍ତ ସହକାରୀ ଯୋଗାଣ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।
ଚଳିତ ୨୦୨୨-୨୩ବର୍ଷରେ ଜିଲାର ୬୪ହଜାର ୩୨୬ ପଞ୍ଜୀକୃତ ଚାଷୀଙ୍କଠାରୁ ଖରିଫ ଧାନ ସଂଗ୍ରହ କ୍ରୟ ନିମନ୍ତେ ସବିଶେଷ ଆଲୋଚନା ହୋଇଛି। ସରକାରଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମ ପର୍ଯ୍ୟାୟରେ ଖରିଫ ଧାନ ସଂଗ୍ରହ କରାଯିବାର ଲକ୍ଷ୍ୟକୁ ଯେପରି ଶତପ୍ରତିଶତ ପୂରଣ କରାଯିବ ସେ ବିଷୟରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଜିଲା ଯୋଗାଣ ବିଭାଗ, ଆର୍‌ଏମ୍‌ସି ଏବଂ ଡିଆର୍‌ସିଏସ୍‌ ବିଭାଗ ତତ୍ତ୍ୱାବଧାନରେ ୧୬ମିଲରଙ୍କ ମାଧ୍ୟମରେ ଜିଲାର ୫୨ଟି କୃଷି ସମବାୟ ସମିତି ଅଧୀନରେ ଖୋଲାଯାଇଥିବା ୧୦୨ଟି ଧାନ କ୍ରୟ କେନ୍ଦ୍ର (ମଣ୍ଡି)ରେ ଧାନ କ୍ରୟ କରାଯିବ। ଚାଷୀମାନଙ୍କ ସୁବିଧା ପାଇଁ ଜିଲାର ସମସ୍ତ ବ୍ଲକ ଅଞ୍ଚଳରେ ଧାନ ସଂଗ୍ରହ କରାଯିବ।
ସରକାରୀ ଧାର୍ଯ୍ୟ ମୂଲ୍ୟ ଅନୁଯାୟୀ ଏଫ୍‌ଏକ୍ୟୁ ଗ୍ରେଡ୍‌ ସାଧାରଣ ମାନ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୨ହଜାର ୪୦ଟଙ୍କା ଏବଂ ଗ୍ରେଡ୍‌-ଏ ମାନ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୨ହଜାର ୬୦ଟଙ୍କା ଧାର୍ଯ୍ୟ କରାଯାଇଛି। ଧାନ ବିକ୍ରୟ ନିମେନ୍ତ ଚାଷୀମାନଙ୍କ ପାଖକୁ ଯେଉଁ ଦିନ ପାଇଁ ଟୋକନ ମେସେଜ ଯାଇଥିବ କେବଳ ସେହି ଚାଷୀମାନେ ଧାନ ବିକ୍ରୟ କରିପାରିବେ। ତେବେ ପ୍ରଥମ ପର୍ଯ୍ୟାୟରେ କେତେ ପରିମାଣର ଧାନ ସଂଗ୍ରହ କରାଯିବ ସେ ସମ୍ପର୍କରେ ଜିଲା ମୁଖ୍ୟ ଯୋଗାଣ ବିଭାଗକୁ ଅଦ୍ୟାବଧି ଧାର୍ଯ୍ୟ ଲକ୍ଷ୍ୟ ଦିଆଯାଇ ନ ଥିବା ବିଭାଗ ସୂତ୍ରରୁ ଜଣାପଡିଛି ା ପ୍ରକାଶ ଥାଉକି, ଗତବର୍ଷ ଚାଷୀମାନେ ଟୋକନ ପାଇବା ପରେ ମଧ୍ୟ ଖରିଫ ଧାନ ବିକ୍ରି କରି ନ ପାରି ବହୁ ହଇରାଣ ହରକତ ହୋଇଥିଲେ। ଅନ୍ୟପକ୍ଷରେ ଚଳିତ ବର୍ଷ ଧାନ ଭଲ ହୋଇଥିବାରୁ ଅମଳ ବୃଦ୍ଧି ପାଇବ ବୋଲି ଜିଲା କୃଷି ବିଭାଗ ପକ୍ଷରୁ ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri