Posted inଖେଳ

ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ: ଭୁବନେଶ୍ୱରରେ ଜାତୀୟ ଫୁଟ୍‌ବଲ କ୍ୟାମ୍ପ

ନୂଆଦିଲ୍ଲୀ, ୧୪।୭(ପି.ଟି.)-ଭାରତୀୟ ଫୁଟ୍‌ବଲ ଦଳ ଆସନ୍ତା ଅକ୍ଟୋବର ଓ ନଭେମ୍ବରରେ କାତାର ଓ ଆଫଗାନିସ୍ତାନ ବିପକ୍ଷରେ ୨ଟି ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ଖେଳିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଭାରତୀୟ ଦଳର କ୍ୟାମ୍ପ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବୋଲି ବେଙ୍ଗଲ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌(ବିସିସିଆଇ) ପକ୍ଷରୁ ଆୟୋଜିତ ଓ୍ବେବିନାରରେ ଭାଗନେଇ ସର୍ବଭାରତୀୟ ଫୁଟବଲ ଫେଡେରେଶନ(ଏଆଇଏଫଏଫ) ସାଧାରଣ ସମ୍ପାଦକ କୁଶାଲ ଦାସ ପ୍ରକାଶ କରିଛନ୍ତି। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ଓ ସ୍ଥାନ ଭିତ୍ତିରେ ଭ୍ରମଣ ଜନିତ କଟକଣା ଭିନ୍ନ। ପ୍ରୋଟୋକଲ ମଧ୍ୟ ଭିନ୍ନ ଭିନ୍ନ। ପିଲାମାନଙ୍କର ଟେଷ୍ଟିଂ ଖର୍ଚ୍ଚ ଏଆଇଏଫଏଫ ବହନ କରିବ। ଏଥିରେ ଫିଫାର ମଧ୍ୟ କିଛି ଭାଗୀଦାରି ରହିବା ନେଇ ଆମେ ଆଶା ରଖିଛୁ। ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଯଦି ଏପରି ସ୍ଥିତି ଲାଗି ରହେ ତେବେ ଖେଳାଳିମାନଙ୍କ ଯାତାୟାତ ଏବଂ କ୍ୱାରାଣ୍ଟାଇନ୍‌ ସହିତ ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ ପରି ଅନ୍ତର୍ଜାତୀୟ ମ୍ୟାଚ ଆୟୋଜନ କରିବା କଷ୍ଟକର ହୋଇ ପଡ଼ିବ ବୋଲି ସେ ପ୍ରକାଶ କରିଛନ୍ତି।
ଝାଡ଼ଖଣ୍ଡରେ ହୋଇପାରେ ମହିଳା ଫୁଟ୍‌ବଲ କ୍ୟାମ୍ପ
ଆସନ୍ତା ବର୍ଷ ହେବାକୁଥିବା ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରସ୍ତୁତି କ୍ୟାମ୍ପ ଅଗଷ୍ଟରେ ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଛି। କ୍ୟାମ୍ପ ଆୟୋଜନ ଦୌଡ଼ରେ ଝାଡ଼ଖଣ୍ଡ ସର୍ବାଗ୍ରେ ରହିଛି। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏଥିପାଇଁ ଆଗ୍ରହ ମଧ୍ୟ ପ୍ରକାଶ କରିଛନ୍ତି। ” ଏହା ଏକ ଜଟିଳ ସମସ୍ୟା। କ୍ୟାମ୍ପ ଆୟୋଜନ ସମ୍ପର୍କରେ ଆମେ ଗୋଆ ସରକାରଙ୍କ ସହିତ ଆଲୋଚନା କରିଛୁ। ଏଥିସହିତ ଆମେ ଅନ୍ୟ ସରକାରଙ୍କ ସହ ମଧ୍ୟ ଆଲୋଚନା ଜାରି ରଖିଛୁ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ନିଜେ ଏଥିପାଇଁ ଆଗ୍ରହ ଦେଖାଇଛନ୍ତି। କାରଣ ଏହି ରାଜ୍ୟର ୮-୧୦ ଖେଳାଳି କ୍ୟାମ୍ପ ପାଇଁ ମନୋନୀତ ଦଳରେ ରହିଛନ୍ତି। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟର ଭିନ୍ନଭିନ୍ନ ପ୍ରୋଟୋକଲ ରହିଛି। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ନିଜେ ଆଗ୍ରହୀ ଥିବାରୁ ପ୍ରୋଟୋକଲ ଦୃଷ୍ଟିରୁ ସେଠାରେ କ୍ୟାମ୍ପ ଆୟୋଜନ ସହଜ ଓ ସମ୍ଭବ ହୋଇପାରିବ“ ବୋଲି କୁଶାଲ ପ୍ରକାଶ କରିଛନ୍ତି। ଦିନକୁ ଦିନ ଦେଶରେ କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ଖରାପ ପରିସ୍ଥିତି ଜାରି ରହିଲେ ଟୁର୍ନାମେଣ୍ଟ ବିନା ଦର୍ଶକରେ ଅନୁଷ୍ଠିତ ହେବ ବୋଲି ସେ ସୂଚନା ଦେଇଛନ୍ତି। ୨୦୨୦ରେ ଟୁର୍ନାମେଣ୍ଟ ସମ୍ଭବ ହୋଇ ନ ପାରିବାରୁ ଏହା ୨୦୨୧ ଫେବୃୟାରୀ ୧୭ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ହେବାନେଇ ପରିବର୍ତ୍ତିତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ୨୦୧୭ରେ ୧୭ ବର୍ଷରୁ କମ୍‌ ପୁରୁଷ ଫିଫା ବିଶ୍ୱକପ ଭାରତରେ ସଫଳତାର ସହ ସମ୍ପନ୍ନ ହୋଇଥିଲା। ମାତ୍ର ଏବେ ମଣିଷର ଜୀବନ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କୁଶାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri