ଘୁମୁସର ଉତ୍ତର ବନଖଣ୍ଡରେ ୬୪ ହାତୀ

ଭଞ୍ଜନଗର,୨୫।୯(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଦିନକୁ ଦିନ ହାତୀ ଆତଙ୍କ ବଢିବାରେ ଲାଗିଛି। ସନ୍ଧ୍ୟା ହେଲେ ହାତୀ ଜଙ୍ଗଲରୁ ବାହାରି ନିକଟସ୍ଥ ଗ୍ରାମଗୁଡିକରେ ଫସଲ ନଷ୍ଟ କରୁଛନ୍ତି। ଏହି ସମୟରେ କିଛି ଅଘଟଣ ଘଟିବା ଆଶଙ୍କାରେ ସମ୍ପୃକ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ବନ୍ଦ କରି ଦିଆଯାଉଛି। ଏ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଏ ନେଇ କିଛି ବିକଳ୍ପ ବ୍ୟବସ୍ଥା କରି ବିଦ୍ୟୁତ୍‌ ସେବାକୁ ସ୍ବାଭାବିକ କରିବା ପାଇଁ ଲୋକେ ଦାବି କରିଛନ୍ତି। ଏହିଭଳି ପରିସ୍ଥିତିରେ ଶନିବାର ସନ୍ଧ୍ୟାରେ ୨୧ ହାତୀ ମୁଜାଗଡ ରେଞ୍ଜରେ ଥିବା ଜଣାପଡିଛି । ସେଥିରୁ ବୁଦିଲୀ ନିକଟସ୍ଥ ଇଟାଭାଟିଠାରେ ଗୋଟିଏ ଦନ୍ତା ଘୂରି ବୁଲୁଛି। ସେହିଭଳି ଆଉ ୨୦ ହାତୀ ଗଣ୍ଡିସୁଲା ଗ୍ରାମ ନିକଟରେ ବୁଲୁଛନ୍ତି। ରାତିରେ ଉକ୍ତ ହାତୀପଲ ଏବଂ ଦନ୍ତା ହାତୀଟି ଭଞ୍ଜନଗର ମୁଜାଗଡ ଜାତୀୟ ରାଜପଥ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହି ସମୟରେ କିଛି ଅଘଟଣ ଘଟିବା ଆଶଙ୍କା ଥିବାରୁ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ରହି ପରିସ୍ଥିତି ପ୍ରତି ନଜର ରଖିଛନ୍ତି।
ଅପରପକ୍ଷେ ଶୁକ୍ରବାର ରାତି ସାରା ପାୱାର କଟ୍‌ ହୋଇଥିବା ବେଳେ ଶନିବାର ସନ୍ଧ୍ୟାରୁ ପୁଣି ପାୱାର କଟ୍‌ ହୋଇଥିଲା। ତେଣୁ ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର- ଫୁଲବାଣୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଯାନବାହାନ ଅଟକି ରହିଛି।
ସେହିଭଳି ଜଗନ୍ନାଥପ୍ରସାଦ ରେଞ୍ଜ୍‌ରେ ୧୭ ହାତୀ ଥିବା ବେଳେ ତାରସି ରେଞ୍ଜରେ ୨୬ ହାତୀ ଶନିବାର ସନ୍ଧ୍ୟା ସୁଦ୍ଧା ଚଳପ୍ରଚଳ କରୁଥିବା ଜଣାପଡ଼ିଛି। ବିଗତ କିଛିଦିନ ମଧ୍ୟରେ ଏହି ବନଖଣ୍ଡରେ ୩ ଦନ୍ତାହାତୀର ମୃତ୍ୟୁ ଘଟିଛି। ତେଣୁ ଯେଭଳି କୌଣସି ଅଘଟଣ ନ ଘଟିବ ସେଥିପାଇଁ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରାଯାଇଛି। ଡିଏଫ୍‌ଓ ସୁଦର୍ଶନ ବେହେରା ପ୍ରତ୍ୟକ୍ଷ ଭାବେ ପାଟ୍ରୋଲିଂ ବ୍ୟବସ୍ଥାକୁ ତଦାରଖ କରୁଛନ୍ତି। ଏନେଇ ମୁଜାଗଡ ରେଞ୍ଜର ବିମ୍ବାଧର ସାହୁଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ହାତୀଙ୍କ ସୁରକ୍ଷା ପାଇଁ କିଛି ସମୟ ଲାଗି ପାୱାର କଟ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri