Posted inଜାତୀୟ

୬୪ ହଜାର କଶ୍ମୀର ପଣ୍ଡିତ ପଳାୟନ କରିଥିଲେ

ନୂଆଦିଲ୍ଳୀ,୨୭।୪: ପାକିସ୍ତାନୀ ଆତଙ୍କବାଦୀଙ୍କ ଦ୍ୱାରା ଅତ୍ୟାଚାରିତ ହୋଇ ୯୦ ଦଶକରେ ୬୪,୮୨୭ କଶ୍ମୀର ପଣ୍ଡିତ କଶ୍ମୀର ଛାଡ଼ି ଜମ୍ମୁ ପଳାୟନ କରିଥିବା ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ୨୦୨୦-୨୧ ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ସେହିପରି ୧୯୯୦ରୁ ୨୦୨୦ ଭିତରେ ୧୪,୦୯୧ ସାଧାରଣ ଲୋକ ଏବଂ ୫,୩୫୬ ସୁରକ୍ଷାକର୍ମୀ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। କଶ୍ମୀର ପଣ୍ଡିତଙ୍କୁ ଛାଡ଼ି ଶିଖ୍‌ ଏବଂ ମୁସଲମାନ ସମ୍ପ୍ରଦାୟର ଅନେକ ଲୋକ କଶ୍ମୀର ଛାଡ଼ି ଜମ୍ମୁରେ ଆଶ୍ରୟ ନେଇଥିବା ମନ୍ତ୍ରଣାଳୟ କହିଛି। ବର୍ତ୍ତମାନ ସୁଦ୍ଧା ୪୩,୬୧୮ ପଞ୍ଜୀକୃତ ଶରଣାର୍ଥୀ ଜମ୍ମୁରେ ରହୁଥିବାବେଳେ ୧୯,୩୩୮ ପରିବାର ରାଜଧାନୀ ଦିଲ୍ଳୀ ଏବଂ ୧,୯୯୫ ଭାରତର ଅନ୍ୟ ରାଜ୍ୟଗୁଡ଼ିକରେ ବସବାସ କରୁଥିବା ପ୍ରକାଶିତ ରିପୋର୍ଟରେ କୁହାଯାଇଛି। କଶ୍ମୀର ଶରଣାର୍ଥୀଙ୍କ ହିତ ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ପକ୍ଷରୁ ୬ ହଜାର ଲୋକଙ୍କୁ ଚାକିରି ସୁବିଧା ଯୋଗାଇଦିଆଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri