Posted inଜାତୀୟ

ସଂସ୍କୃତ ପାଇଁ ୬୪୦ କୋଟି ଟଙ୍କା, ଓଡ଼ିଆକୁ ଶୂନ

ନୂଆଦିଲ୍ଲୀ, ୬ା୪: ଭାରତରେ ୬ଟି ଶାସ୍ତ୍ରୀୟ ଭାଷା ରହିଛି। ସେଗୁଡ଼ିକୁ ହେଲା ତାମିଲ, ତେଲୁଗୁ, ସଂସ୍କୃତ, କନ୍ନଡ଼, ମାଲୟାଲମ୍‌ ଏବଂ ଓଡ଼ିଆ। ଭାରତର ମାତ୍ର ୧୫ ହଜାର ଲୋକ କହୁଥିବା ସଂସ୍କୃତ ଭାଷାର ବିକାଶ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଗତ ୩ ବର୍ଷ ମଧ୍ୟରେ ପ୍ରାୟ ୬୪୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ତାମିଲ ଭାଷାର ବିକାଶ ଲାଗି ମାତ୍ର ୨୪ କୋଟି, ତେଲୁଗୁ ପାଇଁ ୩ କୋଟି ଏବଂ କନ୍ନଡ଼ ଭାଷାର ଉନ୍ନତି ସକାଶେ ୩ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। କିନ୍ତୁ ଏହି ଅବଧି ମଧ୍ୟରେ ଓଡ଼ିଆ ଓ ମାଲୟାଲମ ଭାଷା ପାଇଁ ଟଙ୍କାଏ ମଧ୍ୟ ବ୍ୟୟବରାଦ କରାଯାଇ ନାହିଁ ବୋଲି କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି କଂଗ୍ରେସର ରାଜ୍ୟ ସଭା ସଦସ୍ୟ ଜୟରାମ ରମେଶ।

କର୍ନାଟକରୁ ପାର୍ଲାମେଣ୍ଟର ଉଚ୍ଚ ସଦନରେ ପ୍ରତିନିଧିତ୍ୱ କରୁଥିବା ଜୟରାମ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ ବେଳେ ଗତ ୧୬ ତାରିଖରେ କହିଥିଲେ, ଭାରତର ଅଧିକାଂଶ ଲୋକ ସଂସ୍କୃତ ଭାଷା କୁହନ୍ତି ନାହିଁ। ଏହା ଏକ କଥିତ ଭାଷା ନୁହେଁ। ପୂଜକମାନେ ସଂସ୍କୃତ ବ୍ୟବହାର କରନ୍ତି। ଦେଶର ମୋଟ ୧୫ ହଜାର ଲୋକ ସଂସ୍କୃତ ଭାଷାରେ ଭାବର ଆଦାନପ୍ରଦାନ କରିଥାନ୍ତି।

୨୦୨୨ ଫେବୃୟାରୀ ୩ରେ ଲୋକ ସଭାରେ ଏକ ଅଣତାରକା ପ୍ରଶ୍ନ (ନଂ.୧୭୧) କରାଯାଇଥିଲା। ସଂସ୍କୃତ ଏବଂ ଅନ୍ୟ ଭାରତୀୟ ଶାସ୍ତ୍ରୀୟ ଭାଷାଗୁଡ଼ିକ ପାଇଁ ଗତ ୩ ବର୍ଷ ମଧ୍ୟରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ପ୍ରଶ୍ନ କରାଯାଇଥିଲା। ମନ୍ତ୍ରୀଙ୍କଠାରୁ ମିଳିଥିବା ଉତ୍ତରକୁ ମୁଁ ଗୃହରେ ଶେୟାର କରିବା ପାଇଁ ଚାହୁଁଛି। କାରଣ ସଂସ୍କୃତକୁ ଅତ୍ୟଧିକ ଗୁରୁତ୍ୱ ଦିଆଯାଉଥିବାରୁ ଆମେ ବିପଦରେ ପଡ଼ିଯାଇଛୁ। ଭାରତ ସରକାର ଗତ ୩ ବର୍ଷ ମଧ୍ୟରେ ସଂସ୍କୃତ ଭାଷାକୁ ଲୋକପ୍ରିୟ କରାଇବା ପାଇଁ ୬୪୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। କିନ୍ତୁ ଅନ୍ୟ ଶାସ୍ତ୍ରୀୟ ଭାଷାଗୁଡ଼ିକ ଉପରେ ଖର୍ଚ୍ଚ କରାଯାଇଥିବା ଅର୍ଥ ଅତି ନଗଣ୍ୟ। କେନ୍ଦ୍ରର ଏପରି ପାତରଅନ୍ତର ନୀତିକୁ ଜୟରାମ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?