ବର୍ଷକୁ ୬୪,୦୦୦ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ

ବେଜିଂ, ୬।୧୨: ପ୍ରଦୂଷିତ ବାୟୁରେ ଥିବା କ୍ଷୁଦ୍ର କଣିକା ଚାଇନାରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ସାଇଣ୍ଟିଫିକ୍‌ ଜର୍ନାଲ ନେଚର କମ୍ୟୁନିକେଶନରେ ପ୍ରକାଶିତ ଅଧ୍ୟୟନ ରିପୋର୍ଟ ଅନୁସାରେ, ବାୟୁ ପ୍ରଦୂଷଣ କାରଣରୁ ଚାଇନାରେ ପ୍ରତିବର୍ଷ ୬୪,୦୦୦ ଗର୍ଭସ୍ଥ ଶିଶୁଙ୍କ ପ୍ରାଣହାନି ଘଟୁଛି। ଦୂଷିତ ବାୟୁରେ ଉପସ୍ଥିତ କ୍ଷୁଦ୍ର କଣିକାର ଆକାର ୨.୫ ମାଇକ୍ରୋନ୍‌ରୁ କମ୍‌। ଏହି କ୍ଷୁଦ୍ର କଣିକା ପ୍ଲାସେଣ୍ଟା ମଧ୍ୟ ଦେଇ ଗର୍ଭବତୀ ମହିଳାଙ୍କ ଗର୍ଭାଶୟରେ ପ୍ରବେଶ କରିବା ଦ୍ୱାରା ଶିଶୁର ଶ୍ୱାସକ୍ରିୟାରେ ଅସୁବିଧା ହୋଇଥାଏ। ଏ କାରଣରୁ ସେମାନଙ୍କ ମୃତ୍ୟୁ ଘଟୁଥିବା ଷ୍ଟଡି ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ଘଟୁଥିବା ଦେଶଗୁଡ଼ିକ ମଧ୍ୟରେ ଚାଇନା ଚତୁର୍ଥ ସ୍ଥାନରେ ରହିଥିବାବେଳେ ଭାରତ, ପାକିସ୍ତାନ ଏବଂ ନାଇଜେରିଆ ଆଗରେ ଅଛନ୍ତି। ଚାଇନା ବ୍ୟତୀତ ବିଶ୍ୱର ଅନ୍ୟ ଦେଶଗୁଡ଼ିକରେ ୯୮% ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ଘଟୁଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ୨୦୧୫ରେ ପ୍ରକାଶିତ ରିପୋର୍ଟ ମୁତାବକ ଲାଟିନ୍‌ ଆମେରିକା, ଏସିଆ ଏବଂ ଆଫ୍ରିକାରେ ୪୦% ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଦେଶରେ ବାୟୁ ପ୍ରଦୂଷଣ ମାତ୍ରାକୁ କମାଇବା ପାଇଁ ସରକାର ୧୦ ବର୍ଷ ଧରି ଯୋଜନା ପ୍ରସ୍ତୁତ କରୁଛନ୍ତି। ବିଶ୍ୱର ୧୩୭ ଦେଶରେ ବାୟୁ ପ୍ରଦୂଷଣ କମିଥିବା ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ଗତ ୨ ବର୍ଷ ତୁଳନାରେ ଚାଇନାରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ୧୧% ବୃଦ୍ଧି ଘଟିଛି। ତେବେ ଦେଶରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁକୁ ରୋକିବା ଲାଗି ଏୟାର୍‌ ପଲ୍ୟୁଶନ୍‌ ରୋକାଯିବା ଦିଗରେ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ଚାଇନା ପେକିଂ ୟୁନିଭର୍ସିଟିର ଗବେଷକ ଜୁଇ ଟାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri