ବର୍ଷକୁ ୬୪,୦୦୦ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ

ବେଜିଂ, ୬।୧୨: ପ୍ରଦୂଷିତ ବାୟୁରେ ଥିବା କ୍ଷୁଦ୍ର କଣିକା ଚାଇନାରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ସାଇଣ୍ଟିଫିକ୍‌ ଜର୍ନାଲ ନେଚର କମ୍ୟୁନିକେଶନରେ ପ୍ରକାଶିତ ଅଧ୍ୟୟନ ରିପୋର୍ଟ ଅନୁସାରେ, ବାୟୁ ପ୍ରଦୂଷଣ କାରଣରୁ ଚାଇନାରେ ପ୍ରତିବର୍ଷ ୬୪,୦୦୦ ଗର୍ଭସ୍ଥ ଶିଶୁଙ୍କ ପ୍ରାଣହାନି ଘଟୁଛି। ଦୂଷିତ ବାୟୁରେ ଉପସ୍ଥିତ କ୍ଷୁଦ୍ର କଣିକାର ଆକାର ୨.୫ ମାଇକ୍ରୋନ୍‌ରୁ କମ୍‌। ଏହି କ୍ଷୁଦ୍ର କଣିକା ପ୍ଲାସେଣ୍ଟା ମଧ୍ୟ ଦେଇ ଗର୍ଭବତୀ ମହିଳାଙ୍କ ଗର୍ଭାଶୟରେ ପ୍ରବେଶ କରିବା ଦ୍ୱାରା ଶିଶୁର ଶ୍ୱାସକ୍ରିୟାରେ ଅସୁବିଧା ହୋଇଥାଏ। ଏ କାରଣରୁ ସେମାନଙ୍କ ମୃତ୍ୟୁ ଘଟୁଥିବା ଷ୍ଟଡି ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ଘଟୁଥିବା ଦେଶଗୁଡ଼ିକ ମଧ୍ୟରେ ଚାଇନା ଚତୁର୍ଥ ସ୍ଥାନରେ ରହିଥିବାବେଳେ ଭାରତ, ପାକିସ୍ତାନ ଏବଂ ନାଇଜେରିଆ ଆଗରେ ଅଛନ୍ତି। ଚାଇନା ବ୍ୟତୀତ ବିଶ୍ୱର ଅନ୍ୟ ଦେଶଗୁଡ଼ିକରେ ୯୮% ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ଘଟୁଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ୨୦୧୫ରେ ପ୍ରକାଶିତ ରିପୋର୍ଟ ମୁତାବକ ଲାଟିନ୍‌ ଆମେରିକା, ଏସିଆ ଏବଂ ଆଫ୍ରିକାରେ ୪୦% ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଦେଶରେ ବାୟୁ ପ୍ରଦୂଷଣ ମାତ୍ରାକୁ କମାଇବା ପାଇଁ ସରକାର ୧୦ ବର୍ଷ ଧରି ଯୋଜନା ପ୍ରସ୍ତୁତ କରୁଛନ୍ତି। ବିଶ୍ୱର ୧୩୭ ଦେଶରେ ବାୟୁ ପ୍ରଦୂଷଣ କମିଥିବା ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ଗତ ୨ ବର୍ଷ ତୁଳନାରେ ଚାଇନାରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ୧୧% ବୃଦ୍ଧି ଘଟିଛି। ତେବେ ଦେଶରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁକୁ ରୋକିବା ଲାଗି ଏୟାର୍‌ ପଲ୍ୟୁଶନ୍‌ ରୋକାଯିବା ଦିଗରେ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ଚାଇନା ପେକିଂ ୟୁନିଭର୍ସିଟିର ଗବେଷକ ଜୁଇ ଟାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri