ଗାନ୍ଧୀ ଜୟନ୍ତୀରୁ କର୍କଟରୋଗୀଙ୍କୁ ଉପଶମ ଚିକିତ୍ସା

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ କର୍କଟ ରୋଗୀଙ୍କୁ ରାଜ୍ୟ ସରକାର ଜିଲାସ୍ତରରେ ଉପଶମ ଚିକିତ୍ସା ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ୭ଟି ଜିଲାରେ ଏହି ସେବା ଆରମ୍ଭ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହା ସ୍ଥିର ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ଯେଉଁ କର୍କଟରୋଗୀମାନେ କେମୋ ଗ୍ରହଣ କରୁଛନ୍ତି ସେମାନଙ୍କୁ ଯନ୍ତ୍ରଣାରୁ ଉପଶମ ଲାଗି ରାଜ୍ୟ ସରକାର ଏହି ସୁବିଧା ଯୋଗାଇ ଦେବେ। ଏଥିରେ ରୋଗୀମାନଙ୍କ ଜିଲାସ୍ତରୀୟ ଚିକିତ୍ସାଳୟରେ ସ୍ବତନ୍ତ୍ର ଶଯ୍ୟା ସହିତ ଆବଶ୍ୟକ ଔଷଧ ଯୋଗାଇ ଦିଆଯିବ।
ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ବାଲେଶ୍ୱର, ବରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ସୁନ୍ଦରଗଡ଼ରେ ଏହି ଚିକିତ୍ସା ଆରମ୍ଭ ହେବ। ୨୦୨୦-୨୧ ସୁଦ୍ଧା ରାଜ୍ୟର ସମସ୍ତ ଜିଲାକୁ ଏହା ସମ୍ପ୍ରସାରଣ କରିବାର ଯୋଜନା ରହିଛି।


All Right Reserved By Dharitri.Com

ବୃଦ୍ଧାଙ୍କ ଘର କାନ୍ଥ ଭାଙ୍ଗି ୩୦ ହଜାର ଚୋରି

ଏମ୍‌ଭି ୭୯,୨୫ା୧୨(ଡି.ଏନ. ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଭୁବନପଲ୍ଲୀ ପଞ୍ଚାୟତର ଗୌଡ଼ଗୁଡା ଗ୍ରାମରେ ଜଣେ ବୃଦ୍ଧା ମାଡକାମୀ ଗାଙ୍ଗୀ (୬୬)ଙ୍କ ଘର କାନ୍ଥ...

୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ: ବଜ୍ରପାତରେ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,(ବ୍ୟୁରୋ)/କୁନ୍ଦୁରା,୧୩।୫(ଡି.ଏନ୍‌.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରିଦେଲାଣି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହିଭଳି ତାତି...

ହୀରାକୁଦ ଡ୍ୟାମ୍‌:୨୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର,  ୧୧-୯ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମରୁ ମଙ୍ଗଳବାର ୨୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ରାତି ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ...

୧୭ ସହରରୁ ଉତ୍ପାଦନ ହେବ ସବୁଜ ଶକ୍ତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସ ବେଳକୁ ବେଳ ହ୍ରାସ ପାଉଥିବାରୁ ଅଣପାରମ୍ପରିକ ଶକ୍ତି ଉପରେ ଆଗାମୀ ଦିନରେ ଅଧିକ ନିର୍ଭର କରିବାକୁ ପଡ଼ିବ। ସେଥିପାଇଁ ରାଜ୍ୟ...

ଡାକ୍ତରଖାନାରେ ଦଲାଲରାଜ ନେଇ ମୁଖ୍ୟମନ୍ତ୍ରୀ ଖପ୍ପା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ସରକାରୀ ହସ୍ପିଟାଲରେ ଦଲାଲ ଏବଂ ମଧ୍ୟସ୍ଥଙ୍କ ପାଦୁର୍ଭାବ ବୃଦ୍ଧିକୁ ନେଇ ଗଭୀର ଉଦ୍‌ବେଗ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବାସ୍ଥ୍ୟକେନ୍ଦ୍ରକୁ ମଧ୍ୟସ୍ଥଙ୍କ...

୨ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର: ଶ୍ୟାମାମଣି, ଉପେନ୍ଦ୍ରଙ୍କୁ ‘କବିସମ୍ରାଟ୍‌ ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ ଓ ନାଟ୍ୟକଳା କ୍ଷେତ୍ରରେ ବିଶେଷ ଅବଦାନ ତଥା ଆଜୀବନ ସାଧନା ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୨୦୧୭...

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସା ୬ଟାରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍‌ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ

ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ...

Leave a comment

Your email address will not be published. Required fields are marked *