୧୨୭ ପାନୀୟ ଜଳ ପ୍ରକଳ୍ପ ପାଇଁ ୬୪୩ କୋଟି ଖର୍ଚ୍ଚ ବରାଦ

ଜଗତ୍‌ସିଂହପୁର ଅଫିସ, ୧୫।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଜଗତ୍‌ସିଂହପୁର ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଅବସରରେ ୭୯୪ କୋଟି ଟଙ୍କାରେ ୩୬୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ୧୪୮ଟି ପ୍ରକଳ୍ପ (ବ୍ୟୟ ବରାଦ ୫୧.୬୭ କୋଟି ଟଙ୍କା) ଉଦ୍‌ଘାଟନ କରିଥିଲେ । ସେଥିମଧ୍ୟରୁ ବିଦ୍ୟୁତ ଶକ୍ତି ଯୋଗାଣ କ୍ଷେତ୍ରରେ ୫ଟି ପ୍ରକଳ୍ପ ପାଇଁ ୩୪.୮୬ କୋଟି ଟଙ୍କା ରହିଛି। ସେହିପରି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ଯୋଜନାରେ ୧୦୬ଟି ପ୍ରକଳ୍ପ ପାଇଁ ୫.୫୯ କୋଟି, ସାଧାରଣ ସୁବିଧା ଭିତ୍ତିଭୂମି ବିକାଶ, ଶିକ୍ଷା ବିକାଶ, ବଜାର ସୁବିଧା, ଆବାସିକ ସୁବିଧା ବିକାଶ, ରାସ୍ତା ଏବଂ ପାନୀୟ ଜଳ ଯୋଗାଣ ବାବଦରେ ୩୭ଟି ପ୍ରକଳ୍ପ ପାଇଁ ୧୧.୨୨ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି । ଅନୁରୂପ ଭାବେ ୨୧୪ଟି ପ୍ରକଳ୍ପ (୭୪୨.୪୫ କୋଟି ଟଙ୍କା ବ୍ୟୟ ଅଟକଳ)ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସେଗୁଡିକ ମଧ୍ୟରୁ ପାନୀୟ ଜଳ ଯୋଗାଣ, ଜଳସେଚନ ଓ ବନ୍ୟାଜଳ ନିୟନ୍ତ୍ରଣ ବାବଦରେ ୧୨୭ଟି ପ୍ରକଳ୍ପ ପାଇଁ ୬୪୨.୭୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ରାସ୍ତା ଓ ସେତୁ ବାବଦରେ ୩୧ଟି ପ୍ରକଳ୍ପ ନିମନ୍ତେ ୫୯.୮୩ କୋଟି, ଶିକ୍ଷା ଭିତ୍ତିଭୂମି ବିକାଶ ବାବଦରେ ୩ଟି ପ୍ରକଳ୍ପ ପାଇଁ ୧୮.୨୧ କୋଟି, ସାଧାରଣ ସୁବିଧା ଭିତ୍ତିଭୂମି ବିକାଶ, ବଜାର ସୁବିଧା ଓ କ୍ରୀଡା ଭିତ୍ତିଭୂମି ବିକାଶ ବାବଦରେ ୫୩ଟି ପ୍ରକଳ୍ପ ପାଇଁ ୨୧.୭୧ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri