୧୨୭ ପାନୀୟ ଜଳ ପ୍ରକଳ୍ପ ପାଇଁ ୬୪୩ କୋଟି ଖର୍ଚ୍ଚ ବରାଦ

ଜଗତ୍‌ସିଂହପୁର ଅଫିସ, ୧୫।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଜଗତ୍‌ସିଂହପୁର ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଅବସରରେ ୭୯୪ କୋଟି ଟଙ୍କାରେ ୩୬୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ୧୪୮ଟି ପ୍ରକଳ୍ପ (ବ୍ୟୟ ବରାଦ ୫୧.୬୭ କୋଟି ଟଙ୍କା) ଉଦ୍‌ଘାଟନ କରିଥିଲେ । ସେଥିମଧ୍ୟରୁ ବିଦ୍ୟୁତ ଶକ୍ତି ଯୋଗାଣ କ୍ଷେତ୍ରରେ ୫ଟି ପ୍ରକଳ୍ପ ପାଇଁ ୩୪.୮୬ କୋଟି ଟଙ୍କା ରହିଛି। ସେହିପରି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ଯୋଜନାରେ ୧୦୬ଟି ପ୍ରକଳ୍ପ ପାଇଁ ୫.୫୯ କୋଟି, ସାଧାରଣ ସୁବିଧା ଭିତ୍ତିଭୂମି ବିକାଶ, ଶିକ୍ଷା ବିକାଶ, ବଜାର ସୁବିଧା, ଆବାସିକ ସୁବିଧା ବିକାଶ, ରାସ୍ତା ଏବଂ ପାନୀୟ ଜଳ ଯୋଗାଣ ବାବଦରେ ୩୭ଟି ପ୍ରକଳ୍ପ ପାଇଁ ୧୧.୨୨ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି । ଅନୁରୂପ ଭାବେ ୨୧୪ଟି ପ୍ରକଳ୍ପ (୭୪୨.୪୫ କୋଟି ଟଙ୍କା ବ୍ୟୟ ଅଟକଳ)ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସେଗୁଡିକ ମଧ୍ୟରୁ ପାନୀୟ ଜଳ ଯୋଗାଣ, ଜଳସେଚନ ଓ ବନ୍ୟାଜଳ ନିୟନ୍ତ୍ରଣ ବାବଦରେ ୧୨୭ଟି ପ୍ରକଳ୍ପ ପାଇଁ ୬୪୨.୭୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ରାସ୍ତା ଓ ସେତୁ ବାବଦରେ ୩୧ଟି ପ୍ରକଳ୍ପ ନିମନ୍ତେ ୫୯.୮୩ କୋଟି, ଶିକ୍ଷା ଭିତ୍ତିଭୂମି ବିକାଶ ବାବଦରେ ୩ଟି ପ୍ରକଳ୍ପ ପାଇଁ ୧୮.୨୧ କୋଟି, ସାଧାରଣ ସୁବିଧା ଭିତ୍ତିଭୂମି ବିକାଶ, ବଜାର ସୁବିଧା ଓ କ୍ରୀଡା ଭିତ୍ତିଭୂମି ବିକାଶ ବାବଦରେ ୫୩ଟି ପ୍ରକଳ୍ପ ପାଇଁ ୨୧.୭୧ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri