ବିଦେଶୀ ନିବେଶକ ଉଠାଇ ନେଲେ ୬୪୫୨ କୋଟି

ମୁମ୍ବାଇ: କୋଭିଡ୍‌-୧୯ର ଦ୍ୱିତୀୟ ଲହର ପୁଞ୍ଜି ବଜାର ନିବେଶକଙ୍କ ମନକୁ ପ୍ରଭାବିତ କରିଛି। ଫଳରେ ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ମାନେ ପୁଞ୍ଜି ବଜାରରୁ ଚଳିତ ମାସ ବର୍ତ୍ତମାନ ସୁଦ୍ଧା ୬୪୫୨ କୋଟି ଟଙ୍କା ଉଠାଇ ନେଲେଣି। ଡିପୋଜିଟୋରି ଡାଟା ମୁତାବକ, ଏହି ନିବେଶକମାନେ ଇକ୍ୱିଟିରୁ ୬୪୨୭ କୋଟି ଟଙ୍କା ଏବଂ ଡେଟ୍‌ ସେଗ୍‌ମେଣ୍ଟରୁ ୨୫ କୋଟି ଟଙ୍କା ଉଠାଇଛନ୍ତି। ଚଳିତ ମାସ ପହିଲାରୁ ୧୪ ତାରିଖ ମଧ୍ୟରେ ଏଭଳି ଉଠାଣ ହୋଇଛି। ପୁଞ୍ଜି ବଜାରରୁ ମୋଟ ୬୪୫୨ କୋଟି ଟଙ୍କା ପ୍ରତ୍ୟାହାର ହୋଇଛି। ଦ୍ୱିତୀୟ ଲହର, ଲକ୍‌ଡାଉନ ବୃଦ୍ଧି, ଜିଡିପି ଉପରେ ପ୍ରଭାବ ଆଶଙ୍କା ଏବଂ କର୍ପୋରେଟଗୁଡିକର ଲାଭ ଉପରେ କୋଭିଡ୍‌ର ପ୍ରଭାକୁ ନଜରରେ ରଖି ନିବେଶକମାନେ ଏଭଳି ମନୋଭାବ ଆପଣାଉଥିବା ଜିଓଜିତ ଫାଇନାନ୍ସିଆଲ ସର୍ଭିସେସ୍‌ର ମୁଖ୍ୟ ନିବେଶ ଷ୍ଟ୍ରାଟେଜିଷ୍ଟ ଏସ୍‌.କେ.ବିଜୟ କୁମାର ସୂଚନା ଦେଇଛନ୍ତି। ଏହାର ପୂର୍ବ ମାସରେ ବିଦେଶୀ ନିବେଶକମାନେ ଉଭୟ ଇକ୍ୱିଟି ଏବଂ ଡେଟ୍‌ ସେଗ୍‌ମେଣ୍ଟରୁ ୯, ୪୩୫ କୋଟି ଟଙ୍କା ଉଠାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri