Posted inଜାତୀୟ

ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁନାହାନ୍ତି ଗେହଲଟ କ୍ୟାମ୍ପ୍‌ର ୬୫ ବିଧାୟକ

ଜୟପୁର,୨୫।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନକୁ ନେଇ ଆଲୋଚନା ମଧ୍ୟରେ କଂଗ୍ରେସ ଆଜି ବିଧାନସଭା ଦଳର ଏକ ବୈଠକ ଡାକିଛି। ଏହାପୂର୍ବରୁ ସଚିନ ପାଇଲଟଙ୍କ ଅସୁବିଧା ବଢୁଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନିକଟତମ ମନ୍ତ୍ରୀ ଶାନ୍ତି ଧାରିୱାଲଙ୍କ ଘରେ ଗେହଲଟ କ୍ୟାମ୍ପ୍‌ର ବିଧାୟକଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଧାରିୱାଲଙ୍କ ଘରେ ପ୍ରାୟ ୬୫ଜଣ ବିଧାୟକଙ୍କ ସମାବେଶ ହୋଇଛି। ଏଥିମଧ୍ୟରେ ଦେଢ ଡର୍ଜନ଼ରୁ ଅଧିକ ମନ୍ତ୍ରୀ ଅଛନ୍ତି। ଏହି ବିଧାୟକମାନେ ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ହେବା ସପକ୍ଷରେ ନାହାନ୍ତି।
ସୂଚନାଯୋଗ୍ୟ, କଂଗ୍ରେସ ଅଧ୍ୟକ୍ଷ ଦୌଡରେ ଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଆଗରେ ଅଛନ୍ତି। ସେ ଅଧ୍ୟକ୍ଷ ହେବାପରେ ମୁଖ୍ୟମନ୍ତ୍ରୀ ପଦ ଛାଡିବେ। ରାଜସ୍ଥାନର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ ସେହି ପ୍ରଶ୍ନରେ ଗେହଲଟ କହିଛନ୍ତି, କଂଗ୍ରେସ ମୋତେ ବହୁତ କିଛି ଦେଇଛି। ବର୍ତ୍ତମାନ ମୁଁ ଚାହୁଁଛି ନୂଆ ପିଢି ରାଜସ୍ଥାନର ଦାୟିତ୍ୱ ମିଳୁ। ଯଦିଓ ମୁଁ ଦିଲ୍ଲୀ ଯାଉଛି, ରାଜସ୍ଥାନ ପ୍ରତି ମୋର ଅଦମ୍ୟ ପ୍ରେମ ସବୁଦିନ ପାଇଁ ରହିବ। ମୁଁ ଗତ ଅଗଷ୍ଟ ମାସରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଇସ୍ତଫା ପତ୍ର ଦେଇଥିଲି କିନ୍ତୁ ସେ ମୋତେ ଏହି ପଦରେ ରହିବାକୁ କହିଥିଲେ। ବିଧାନସଭା ଦଳର ବୈଠକ ପରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri