ପିଆର୍‌ଏମ୍‌ ମେଡିକାଲରେ ଯୋଡ଼ି ହେଲା ୬୫୦ ଶଯ୍ୟା

ବାରିପଦା,୩।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ରଙ୍ଗାମାଟିଆ ପରିସରରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କରାଯାଇଛି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରି ରାଜ୍ୟ ସରକାରଙ୍କ ସୁସ୍ଥ ଓଡ଼ିଶା ସୁଖି ଓଡ଼ିଶା ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କହିଛନ୍ତି।
ବାରିପଦା ସ୍ଥିତ ଜିଲା ମୁଖ୍ୟାଳୟ ହସ୍ପିଟାଲରେ ୫ ଶହରୁ ଊର୍ଦ୍ଧ୍ୱ ଶଯ୍ୟା ରହିଛି। ଉକ୍ତ ହସ୍ପିଟାଲଟି ମେଡିକାଲ କଲେଜରେ ପରିବର୍ତ୍ତନ ହେବା ପରେ ରୋଗୀମାନେ ଉତ୍ତମ ସେବା ପାଇ ଆସୁଛନ୍ତି। ରଙ୍ଗାମାଟିଆରେ ନିର୍ମାଣାଧୀନ ପିଆରଏମ ମେଡିକାଲ କଲେଜରେ ଅତିରିକ୍ତ ୬୫୦ ଶଯ୍ୟା ଯୋଡ଼ି ହୋଇଛି। ଫଳରେ ଜିଲା ମୁଖ୍ୟାଳୟକୁ ଆସୁଥିବା ଜିଲା ତଥା ପଡ଼ୋଶୀ ରାଜ୍ୟର ୧୨ ଶହ ପାଖାପାଖି ରୋଗୀ ଏଥିରୁ ଉପକୃତ ହୋଇପାରିବେ। ଶନିବାର ଏହାର ଉଦ୍‌ଘାଟନ ସମୟରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟର ୫ ମେଡିକାଲ କଲେଜ ହସ୍ପିଟାଲରେ ୨୯୫୦ଶଯ୍ୟା ଯୋଡ଼ି ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଛି ା ପୂର୍ବରୁ ମାତ୍ର ୩୨୧ ଏମବିବିଏସ ଡାକ୍ତର ଓ ୨୫୪ ସ୍ପେଶାଲିଷ୍ଟ ବାହାରୁଥିବା ବେଳେ ବର୍ତ୍ତମାନ ୨୫୨୫ ଏମବିବିଏସ ଓ ୯୭୨ ସ୍ପେଶାଲିଷ୍ଟ ବାହାରୁଛନ୍ତି। ଆହୁରି କହିଛନ୍ତି, ରାଜ୍ୟରେ ପ୍ରଚଳିତ ସ୍ବାସ୍ଥ୍ୟସେବା ଯୋଜନାରେ ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଏଥିପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆରମ୍ଭ କରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆମେ ବିଭିନ୍ନ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରୁଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏ ରୂପାନ୍ତରକୁ ଆମେ ସମସ୍ତେ ମିଶି ଆହୁରି ଆଗକୁ ନେବା ଓ ସୁସ୍ଥ ଓଡ଼ିଶା ସୁଖି ଓଡିଶା ଜରିଆରେ ନୂଆ ଓଡ଼ିଶାର ଭିତିକୁ ମଜବୁତ କରିବ ବୋଲି ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରି ଗ୍ରାମାଞ୍ଚଳର ସବୁ ପରିବାରକୁ ଅର୍ନ୍ତଭୁକ୍ତ କରିବା ପାଇଁ ଉର୍ଦ୍ଦିଷ୍ଟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଚଳିତ ମାସ ୬ତାରିଖ ସମ୍ବଲପୁର ଜିଲାରୁ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଯନ କରିବେ। କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ତଥା ମିଶନଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ଆଦିବାସୀ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଡା.ଦେବାଶିଷ ମାରାଣ୍ଡି, ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦାଃ, ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲର ଅଧ୍ୟକ୍ଷ ଡା.ପ୍ରତିଭା ପଣ୍ଡା ଓ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ପ୍ରମୁଖ ଉପସ୍ଥିତ ରହି ସ୍ବାସ୍ଥ୍ୟ ସେବାର ବୈପ୍ଳବିକ ପରିବର୍ତ୍ତନ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri